ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୫୦ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ପ୍ରଦାନ କରାଯିବ। ଆସନ୍ତା ୧୯ ତାରିଖରେ ରବୀନ୍ଦ୍ରମଣ୍ଡପଠାରେ ରମାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଏଥିସହିତ ବିଶିଷ୍ଟ ନୃତ୍ୟଗୁରୁ ମାୟାଧର ରାଉତ ଚଳିତବର୍ଷ ଲାଗି ଆଦିଗୁରୁ ପଙ୍କଜ ଚରଣ ଦାସ ପରମ୍ପରା ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଶୁକ୍ରବାର ପ୍ରତିଷ୍ଠାନ ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଏହି ସମ୍ମାନ ବାବଦକୁ ସେ ୫୦ ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ଗ୍ରହଣ କରିବେ। ମାର୍ଚ୍ଚ ୧୭ରେ ଆଦିଗୁରୁ ପଙ୍କଜ ଚରଣ ଦାସଙ୍କ ୧୦୧ତମ ଜୟନ୍ତୀ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ସେହିପରି ମାଦେଳି, ବୀଣାକାର, ଗାଉଣୀ ସମ୍ପ୍ରଦା ଓ ନାଚୁଣୀ ସମ୍ପ୍ରଦା ନିୟୋଗଙ୍କ ସାଧନା ଅବଦାନକୁ ସମ୍ମାନ ଜଣାଇ ଉକ୍ତ କ୍ଷେତ୍ରରେ ପ୍ରତିଷ୍ଠିତ ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବ। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ବିଶିଷ୍ଟ ନୃତ୍ୟଶିଳ୍ପୀ ପ୍ରଣତୀ ମହାନ୍ତି ନାଚୁଣୀ ସମ୍ପ୍ରଦା ପାଇବାକୁ ମନୋନୀତ ହୋଇଥିବା ବେଳେ ପ୍ରଫେସର ଡ. ଜଗନ୍ନାଥ କୁଅଁରଙ୍କୁ ମାଦେଳି ସମ୍ମାନ, ଗୁରୁ ଡ. ବିଜୟ କୁମାର ଜେନାଙ୍କୁ ବୀଣାକାର ସମ୍ମାନ ଏବଂ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୁକାନ୍ତ କୁମାର କୁଣ୍ଡୁଙ୍କୁ ଗାଉଣୀ ସମ୍ପ୍ରଦା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ପ୍ରତ୍ୟେକଙ୍କୁ ୧୫ ହଜାର ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ମାର୍ଚ୍ଚ ୧୭ରୁ ୧୯ ପର୍ଯ୍ୟନ୍ତ ୩ଦିନ ବ୍ୟାପୀ ରବୀନ୍ଦ୍ରମଣ୍ଡପରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ଦେଶର ବିଭିନ୍ନ ସ୍ଥାନରୁ ଓଡ଼ିଶୀ, କଥକ, କୁଚୁପୁଡ଼ି ଓ ଭାରତନାଟ୍ୟମ୍ ନୃତ୍ୟଶିଳ୍ପୀମାନେ ନୃତ୍ୟ ପରିବେଷଣ କରିବେ। ୧୭ରେ ଆଦିଗୁରୁଙ୍କ ଜୟନ୍ତୀ ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସଂସ୍କୃତି ବିଭାଗ ମିଳିତ ଆନୁକୂଲ୍ୟରେ ପାଳନ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ତଥା ନିର୍ଦ୍ଦେଶକ ଶରତ ଦାସ ସୂଚନା ଦେଇଛନ୍ତି।
ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍କୁ ଧକ୍କା ଦେଲା କାର୍,ପରେ…
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...
ହୋଟେଲ ଭମର୍ସ ସିଲ୍ କଲା ପୌର ପ୍ରଶାସନ
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...
ଆଉ ୨ ଦିନ ପରେ କ୍ରିସ୍ମାସ
ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...
ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍ ଆମ….
ଭୁବନେଶ୍ୱର,୨୨।୧୨: ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...
ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍
ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...
ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ
ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...
ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…
ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...
ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା
ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...
Archives


