ରମା ବୈଦ୍ୟନାଥନ୍‌ ପାଇବେ ମାହାରୀ ସମ୍ମାନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆଦିଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ତରଫରୁ ବିଶିଷ୍ଟ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ରମା ବୈଦ୍ୟନାଥନ ଚଳିତବର୍ଷ ଲାଗି ସମ୍ମାନଜନକ ମାହାରୀ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୫୦ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ପ୍ରଦାନ କରାଯିବ। ଆସନ୍ତା ୧୯ ତାରିଖରେ ରବୀନ୍ଦ୍ରମଣ୍ଡପଠାରେ ରମାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। ଏଥିସହିତ ବିଶିଷ୍ଟ ନୃତ୍ୟଗୁରୁ ମାୟାଧର ରାଉତ ଚଳିତବର୍ଷ ଲାଗି ଆଦିଗୁରୁ ପଙ୍କଜ ଚରଣ ଦାସ ପରମ୍ପରା ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ଶୁକ୍ରବାର ପ୍ରତିଷ୍ଠାନ ପକ୍ଷରୁ ଏନେଇ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଏହି ସମ୍ମାନ ବାବଦକୁ ସେ ୫୦ ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଏବଂ ଫଳକ ଗ୍ରହଣ କରିବେ। ମାର୍ଚ୍ଚ ୧୭ରେ ଆଦିଗୁରୁ ପଙ୍କଜ ଚରଣ ଦାସଙ୍କ ୧୦୧ତମ ଜୟନ୍ତୀ ଅବସରରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ସେହିପରି ମାଦେଳି, ବୀଣାକାର, ଗାଉଣୀ ସମ୍ପ୍ରଦା ଓ ନାଚୁଣୀ ସମ୍ପ୍ରଦା ନିୟୋଗଙ୍କ ସାଧନା ଅବଦାନକୁ ସମ୍ମାନ ଜଣାଇ ଉକ୍ତ କ୍ଷେତ୍ରରେ ପ୍ରତିଷ୍ଠିତ ପ୍ରତିଭାମାନଙ୍କୁ ପୁରସ୍କୃତ କରାଯିବ। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ବିଶିଷ୍ଟ ନୃତ୍ୟଶିଳ୍ପୀ ପ୍ରଣତୀ ମହାନ୍ତି ନାଚୁଣୀ ସମ୍ପ୍ରଦା ପାଇବାକୁ ମନୋନୀତ ହୋଇଥିବା ବେଳେ ପ୍ରଫେସର ଡ. ଜଗନ୍ନାଥ କୁଅଁରଙ୍କୁ ମାଦେଳି ସମ୍ମାନ, ଗୁରୁ ଡ. ବିଜୟ କୁମାର ଜେନାଙ୍କୁ ବୀଣାକାର ସମ୍ମାନ ଏବଂ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସୁକାନ୍ତ କୁମାର କୁଣ୍ଡୁଙ୍କୁ ଗାଉଣୀ ସମ୍ପ୍ରଦା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ପ୍ରତ୍ୟେକଙ୍କୁ ୧୫ ହଜାର ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ମାର୍ଚ୍ଚ ୧୭ରୁ ୧୯ ପର୍ଯ୍ୟନ୍ତ ୩ଦିନ ବ୍ୟାପୀ ରବୀନ୍ଦ୍ରମଣ୍ଡପରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ଦେଶର ବିଭିନ୍ନ ସ୍ଥାନରୁ ଓଡ଼ିଶୀ, କଥକ, କୁଚୁପୁଡ଼ି ଓ ଭାରତନାଟ୍ୟମ୍‌ ନୃତ୍ୟଶିଳ୍ପୀମାନେ ନୃତ୍ୟ ପରିବେଷଣ କରିବେ। ୧୭ରେ ଆଦିଗୁରୁଙ୍କ ଜୟନ୍ତୀ ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସଂସ୍କୃତି ବିଭାଗ ମିଳିତ ଆନୁକୂଲ୍ୟରେ ପାଳନ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ତଥା ନିର୍ଦ୍ଦେଶକ ଶରତ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri