ରସୁଲପୁର ବିଡିଓଙ୍କ ସ୍ବଚ୍ଛତା ବାର୍ତ୍ତା: କର୍ମୀଙ୍କ ସହ ମିଶି ବ୍ଲକ ପରିସରରୁ ହଟାଇଲେ ଅଳିଆ

ରସୁଲପୁର, ୨ା୬(ଡି.ଏନ.ଏ.)- ସ୍ବଚ୍ଛ ପରିବେଶ ସୁସ୍ଥ ସମାଜ ଗଠନରେ ସହାୟକ ହୁଏ। ପ୍ରତ୍ୟେକ ଲୋକ ପରିବେଶର ସୁରକ୍ଷା ପ୍ରତି ଧ୍ୟାନ ଦେବା ସହ ନିଜର ପାରିପାର୍ଶ୍ୱିକ ପରିବେଶକୁ ସଫାସୁତୁରା ରଖିଲେ ରୋଗମୁକ୍ତ ମସାଜ ନିର୍ମାଣ ସମ୍ଭବ ହୋଇପାରିବ। ଏହି ବାର୍ତ୍ତା ବ୍ଲକସ୍ତରରୁ ଲୋକଙ୍କ ନିକଟରେ ପହଞ୍ଚିବାର ଲକ୍ଷ୍ୟ ରହିଛି। ଏହିଭଳି ଏକ ମହତ ଉଦ୍ଦେଶ୍ୟ ରଖି ରସୁଲପୁର ବ୍ଲକ ବିଡିଓ ଉମାକାନ୍ତ ପରିଡା ବ୍ଲକ ପରିସରରୁ ଅଳିଆ ଆବର୍ଜନା ହଟାଇ ସ୍ବଚ୍ଛ ଓ ନିର୍ମଳ ରଖିବାକୁ ପ୍ରୟାସ କରିଛନ୍ତି। ବିଡିଓ ପରିଡାଙ୍କ ନେତୃତ୍ୱରେ କର୍ମଚାରୀମାନେ ଶନିବାର ସକାଳେ ବ୍ଲକ ପରିସରରେ ଦୀର୍ଘଦିନ ଧରି ପଡିରହିଥିବା ଅଳିଆ ଅବର୍ଜନାକୁ ସଫା କରିଥିଲେ। କାର୍ଯ୍ୟାଳୟ ପଛପଟ କ୍ୱାଟର୍ସ, ସମ୍ମୁଖ ଭାଗରେ ଥିବା ପାର୍କିଂ ସ୍ଥାନ, ପୁରୁଣା ଗୋଦାମ ଗୃହ, ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ, ଭାରତ ନିର୍ମାଣ ରାଜୀବ ଗାନ୍ଧି ସେବାକେନ୍ଦ୍ର ନିକଟ ଅଂଚଳକୁ ସଫେଇ କରିଥିଲେ। ଏଥିସହ ଖାଲୁଆ ସ୍ଥାନ, ବ୍ଲକ ଚତୁଃପାର୍ଶ୍ୱରେ ଯାଇଥିବା ରାସ୍ତା କଡରେ ବ୍ଲିଚିଂ ସିଞ୍ଚନ କରିଥିଲେ। ଏହି ସଫେଇ କାର୍ଯ୍ୟରେ ଏବିଡିଓ ଅସିତ୍‌ କୁମାର ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ନମିତା ହାସଁଦା, ଏପିଓ ବିଷ୍ଣୁଦତ୍ତ ଧଳ, ସହାକରୀ ଯନ୍ତ୍ରୀ ଯତୀନ୍ଦ୍ର ମୋହନ ସ୍ବାଇଁ, କନିଷ୍ଠ ଯନ୍ତ୍ରୀ ବ୍ରହ୍ମାନନ୍ଦ ପଣ୍ଡା, ଅନିତା ବେହୁରା, ବରିଷ୍ଠ କିରାଣି ସରୋଜ କୁମାର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri