ରସୁଲପୁର ବ୍ଲକରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ

ରସୁଲପୁର,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକରେ ୩ୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣକ ରାହାମ୍ବା ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ବୋଲି ସୂଚନା ମିଳିଛି। ଉକ୍ତ ବ୍ୟକ୍ତିଜଣକ କଲିକତା ଫେରନ୍ତା ବୋଲି ଜଣାପଡିଛି। ଏପ୍ରିଲ ୨୯ରେ ନମୁନା ନିଆଯାଇଥିଲା। ସେ ପଞ୍ଚାୟତ କ୍ୱାରାଣ୍ଟାଇନରେ ରହୁଥିଲେ। ଏହି ଖବରପାଇ ବ୍ଲକ ପ୍ରଶାସନ ଗାଁରେ ପହିଞ୍ଚିଛି। ଆକ୍ରାନ୍ତଙ୍କ ଲିଙ୍କ ଖୋଜିବା ଆରମ୍ଭ ହୋଇଛି। ୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ଦୁଇ ଜଣଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଅଞ୍ଚଳରେ ଆହୁରି ଅନେକ ସନ୍ଦିଗ୍ଧଙ୍କ ରିପୋର୍ଟ ଆସିବାକୁ ଅପେକ୍ଷା କରାଯାଇଛି। ଏହି ଅଞ୍ଚଳକୁ ବହୁ କଲିକତା ଫେରନ୍ତା ଆସିଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି। ବ୍ଲକ ପ୍ରଶାସନ ପକ୍ଷରୁ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ବିଡିଓ ଉମାକାନ୍ତ ପରିଡା, କୁଆଖିଆ ଥାନାଧିକାରୀ ମନୋଜ କୁମାର ସ୍ବାଇଁ, ରସୁଲପୁର ବ୍ଲକ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁଧୀର କୁମାର ସାହୁ ପ୍ରମୁଖ ଆକ୍ରାନ୍ତଙ୍କ ଲିଙ୍କ ସମ୍ପର୍କରେ ପଚରାଉଚୁରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri