Posted inଖେଳ

ରସେଲ ବିଶ୍ୱକପ୍‌ରୁ ଆଉଟ୍‌

ମାଞ୍ଚେଷ୍ଟର, ୨୫ା୬ (ପି.ଟି.)-ଆଣ୍ଠୁରେ ଆଘାତ ଯୋଗୁ ଓ୍ବେଷ୍ଟଇଣ୍ଡିଜର ଅନ୍ୟତମ ପ୍ରମୁଖ ଖେଳାଳି ଅଲରାଉଣ୍ଡର ଆନ୍ଦ୍ରେ ରସେଲ ଚଳିତ ଆଇସିସି ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଏହି ମେଗା ଇଭେଣ୍ଟ ପୂର୍ବରୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ରସେଲଙ୍କ ପ୍ରଦର୍ଶନ ଖୁବ୍‌ ଭଲ ରହିଥିଲା। ତାଙ୍କ ସ୍ଥାନରେ ଓ୍ବେଷ୍ଟଇଣ୍ଡିଜର ଅବଶିଷ୍ଟ ୩ଟି ମ୍ୟାଚ ପାଇଁ ସୁନୀଲ ଆମ୍ବ୍ରିସ୍‌ଙ୍କୁ ସାମିଲ କରାଯାଇଛି। ଭାରତ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ରସେଲ ଆଘାତପ୍ରାପ୍ତ ହେବା ଦ୍ୱାରା ଦଳ ପ୍ରତି ଶକ୍ତ ଧକ୍କା ଲାଗିଛି। ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚ ପାଇଁ ରସେଲଙ୍କ ସ୍ଥାନରେ ଆମ୍ବ୍ରିସଙ୍କ ଖେଳାଇବାକୁ ଅନୁମତି ପାଇଁ ଓ୍ବେଷ୍ଟଇଣ୍ଡିଜ ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି)କୁ ଅନୁରୋଧ କରିଥିଲା। ଆଇସିସି ପୁରୁଷ ବିଶ୍ୱକପ୍‌ ୨୦୧୯ର ଇଭେଣ୍ଟ ଟେକ୍‌ନିକାଲ କମିଟି ଏହାକୁ ଗ୍ରହଣ କରିଛି। ୨୬ ବର୍ଷୀୟ ଆମ୍ବ୍ରିସ ହେଉଛନ୍ତି ଜଣେ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ। ଓ୍ବେଷ୍ଟଇଣ୍ଡିଜ ତରଫରୁ ସେ ୬ଟେଷ୍ଟ ଏବଂ ୬ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ଆଇପିଏଲରେ ପ୍ରଭାବୀ ପ୍ରଦର୍ଶନ ପାଇଁ ଚଳିତ ବିଶ୍ୱକପ୍‌ରେ ରସେଲଙ୍କଠାରୁ ଓ୍ବେଷ୍ଟଇଣ୍ଡିଜ ଦଳ ଅନେକ କିଛି ଆଶା କରୁଥିଲା। ମାତ୍ର ସେ ଚଳିତ ବିଶ୍ୱକପ୍‌ରେ ଦଳ ତରଫରୁ ୬ଟି ମ୍ୟାଚ ମଧ୍ୟରୁ ୪ଟ ଖେଳି ୧୨ ଆଭରେଜରେ ମାତ୍ର ୩୬ ରନ କରିବାରେ ସମର୍ଥ ହୋଇଛନ୍ତି। ବୋଲିଂରେ ତାଙ୍କର ଇକୋନୋମି ରେଟ୍‌ ୫.୩୧ ରହିଥିବାବେଳେ ସେ ୫ଟି ଉଇକେଟ ନେଇ ପାରିଛନ୍ତି। ୧୦ଟି ଦଳକୁ ନେଇ ଅନୁଷ୍ଠିତ ହେଉଥିବା ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ୬ଟି ଗେମ୍‌ରୁ ମାତ୍ର ୩ ପଏଣ୍ଟ ସହ ଟେବୁଲରେ ୮ମ ସ୍ଥାନରେ ରହିଛି। ଦଳ ଗୁରୁବାର ଟୁର୍ନାମେଣ୍ଟ ଫେଭରାଇଟ୍‌ ଭାରତ ସହିତ ମୁକାବିଲା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri