ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):ବ୍ଲାକ୍ମେଲର ମହିଳା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରି ବହୁ ତଥ୍ୟ ହାସଲ କରିଛି। ଏହାରି ଭିତରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ ରିମାଣ୍ଡ ଅବଧି ସରିଛି। ତାଙ୍କୁ ଗତ ୧୩ ତାରିଖରେ ଇଡି ଦ୍ୱିତୀୟ ପର୍ଯ୍ୟାୟରେ ରିମାଣ୍ଡରେ ଆଣି ଜେରା କରୁଥିଲା। ରିମାଣ୍ଡ ଅବଧି ସରିଯାଇଥିବାରୁ ସୋମବାର ଇଡି ଅର୍ଚ୍ଚନାଙ୍କୁ ନେଇ କୋର୍ଟରେ ହାଜର କରିବ ବୋଲି ସୂଚନା ମିଳିଛି। ହେଲେ ଅର୍ଚ୍ଚନା କ’ଣ କହିଲେ ଓ କ’ଣ ଲୁଚାଇଲେ ସେ ସଂକ୍ରାନ୍ତରେ ଇଡି ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଉ ନ ଥିଲେ ମଧ୍ୟ ରାଜ୍ୟର ସବୁଠାରୁ ବଡ଼ ହନିଟ୍ରାପ୍, ବ୍ଲାକ୍ମେଲିଂ ଓ ଠକେଇ ଘଟଣା ରହସ୍ୟରେ ରହିଯିବାକୁ ବସିଛି। ଏଥିରେ ରାଜ୍ୟର ବଡ଼ ବଡ଼ ନେତା, ଅଫିସର, ପୋଲିସ ଓ ବ୍ୟବସାୟୀଙ୍କ ସମ୍ପୃକ୍ତି ଜଳଜଳ ଦିଶୁଥିଲେ ମଧ୍ୟ ଏଯାଏ ଇଡି ଅଧିକାରୀମାନେ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ଗୁମର ଖୋଲିପାରୁ ନ ଥିବାରୁ ଏଭଳି ଚର୍ଚ୍ଚା ଏବେ ଜୋର୍ଧରିଛି।
ଏପଟେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ୯ ଦିନିଆ ରିମାଣ୍ଡରୁ ଆଉ ୪ ଦିନ ବାକି ରହିଛି। ସେ ଗତ ୧୪ ତାରିଖରୁ ରିମାଣ୍ଡରେ ଆସି ଜେରା ହେଉଛନ୍ତି। ଆଗାମୀ ବୁଧବାର ତାଙ୍କର ରିମାଣ୍ଡ ସରିବ। ଏହି ସମୟ ମଧ୍ୟରେ ଜଗବନ୍ଧୁଙ୍କଠାରୁ ଅଧିକ ତଥ୍ୟ ହାସଲ କରିବାକୁ ଇଡି ଚେଷ୍ଟା କରୁଛି। ସେହିପରି ପୂର୍ବରୁ ୨ଥର ହାଜର ହୋଇ ଅର୍ଚ୍ଚନାଙ୍କ ହନିଟ୍ରାପ୍ ଗୁମର ଖୋଲିଥିବା ସହଯୋଗୀ ଶ୍ରଦ୍ଧାଞ୍ଜଳି ଶନିବାର ତୃତୀୟଥର ପାଇଁ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଏହି ସମୟରେ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଇଡି ଅଧିକାରୀମାନେ ଅର୍ଚ୍ଚନା, ଜଗବନ୍ଧୁ ଏବଂ ଶ୍ରଦ୍ଧାଞ୍ଜଳିଙ୍କୁ ଏକାଠି ବସାଇ ମାରାଥନ ଜେରା କରିଥିଲେ। ତେବେ ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଇଡି ପାଇଥିବା ସୂଚନା ମିଳିଛି। ଏପରିକି ଶ୍ରଦ୍ଧାଞ୍ଜଳି ବହୁ ଗୁମର ଖୋଲି ଦେଇଥିବା ଚର୍ଚ୍ଚା ହେଉଛି। ସେହିପରି ଅର୍ଚ୍ଚନା ଗହଣା କିଣିଥିବା ଏକ ପ୍ରତିଷ୍ଠିତ ସୁନା ଦୋକାନର ୨ କର୍ମଚାରୀ ଇଡିରେ ହାଜର ହୋଇ ତଥ୍ୟ ରଖିଥିଲେ। ଅନ୍ୟପଟେ ରାଜ୍ୟ ଫୋରେନ୍ସିକ ଲ୍ୟାବ ଅର୍ଚ୍ଚନାଙ୍କ ଡିଜିଟାଲ ପ୍ରମାଣପତ୍ର ଇଡିକୁ ଦେଇଥିବା ସୂଚନା ମିଳିଛି। ସେଥିରୁ ଇଡି ମଧ୍ୟ ତଥ୍ୟ ହାସଲ କରୁଛି। ତେବେ ଇଡି ଏହି ମାମଲାରେ ଆଗାମୀ ଦିନରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ବୋଲି କୁହାଯାଉଛି।
Posted inHome, Home Middle, ମେଟ୍ରୋ, ରାଜ୍ୟ View All
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ
ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
Archives


