ରାଇଗୋଡ଼ା ଗ୍ରାମ ପୁନଃସ୍ଥାପନ କାର୍ଯ୍ୟ ସମୀକ୍ଷା: ୨୦ ମଧ୍ୟରେ ମିଳିବ ଅନୁକମ୍ପା ଅର୍ଥ

ଅନୁଗୋଳ ଅଫିସ, ୯।୮-ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର କୋର୍‌ ଅଞ୍ଚଳରୁ ସାରୁଆଳିକୁ ବିସ୍ଥାପିତ ହୋଇଥିବା ନୂଆ ରାଇଗୋଡ଼ା ଗ୍ରାମବାସୀଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି ଜିଲାପାଳ ମନୋଜ କୁମାର ମହାନ୍ତି। ସାରୁଆଳି ଠାରେ ପୁନଃସ୍ଥାପନ ହୋଇଥିବା ୭୮ଟି ପରିବାରକୁ ସମସ୍ତ ପ୍ରକାର ଆନୁଷଙ୍ଗିକ ସୁବିଧା ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ମିଳେ ତାହା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ବିଶେଷକରି ଘର ପାଇଁ ପ୍ଲଟ ଚିହ୍ନଟକରଣ କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ୫୬ଟି ପ୍ଲଟ ଚିହ୍ନଟ ହୋଇ ବିଜୁ ପକ୍କାଘର ନିର୍ମାଣ ଶେଷ ହୋଇଥିବାବେଳେ ଅନ୍ୟ ୨୨ଟି ପ୍ଲଟ ଜମି ଜମା ବିବାଦ ହେତୁ ଚିହ୍ନଟ ହୋଇପାରିନାହିଁ। ତେବେ ସମ୍ପୂର୍ଣ୍ଣ ହୋଇଥିବା ୫୬ଟି ଗୃହରେ ଆବଶ୍ୟକ ବିଦ୍ୟୁତ୍‌ ସଂଯୋଗ ଓ ପାନୀୟ ଜଳ ଯୋଗାଣ ଶେଷ ହୋଇଛି। ସମ୍ପୃକ୍ତ ୭୮ଟି ପରିବାରକୁ ୨ କୋଟି ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ପ୍ରଦାନ ପାଇଁ ତହସିଲଦାରଙ୍କୁ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୨୮ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ବୋଲି ତହସିଲଦାର ପ୍ରକାଶ କରିଥିଲେ। ଆସନ୍ତା ୧୬ ତାରିଖରେ ଉପଜିଲାପାଳଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉକ୍ତ ଗ୍ରାମ ଅନୁଧ୍ୟାନ କରି ସମସ୍ୟା ସମ୍ପର୍କରେ ଜଣାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଯେଉଁ ୨୧ଟି ପରିବାର ଅନୁକମ୍ପା ସହାୟତା ପାଇବା ପାଇଁ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି ସେମାନଙ୍କୁ ଆସନ୍ତା ୨୦ ତାରିଖ ସୁଦ୍ଧା ଏହା ପ୍ରଦାନ କରିବାକୁ ଜିଲାପାଳ ତହସିଲଦାରଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ପ୍ରଦାନ କରାଯାଉଥିବା ସହାୟତା ରାଶିରୁ ଲୋକଙ୍କ ଦାବି ମୁତାବକ ୬ ଲକ୍ଷ ସ୍ଥାୟୀ ଜମା ଓ ବାକି ୪ ଲକ୍ଷ ଟଙ୍କା ବିଭିନ୍ନ ଖର୍ଚ୍ଚ ବାବଦରେ ପ୍ରଦାନ କରାଯିବ ବୋଲି ବୈଠକରେ ସ୍ଥିର କରାଯାଇଥିଲା। ସେହିପରି ସ୍ଥାୟୀ ଜଳ ଉତ୍ସ ପାଇଁ ପାହାଡ଼ ପାଣିକୁ ସଂରକ୍ଷିତ କରି ରଖିବା ପାଇଁ ଗାର୍ଡଓ୍ବାଲ୍‌ ଓ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଏକ ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସେହିପରି ଶିକ୍ଷା, ସ୍ବାସ୍ଥ୍ୟ ସହ ୭୮ଟି ପରିବାର ପାଇଁ ଏକ ମିନି ଅଙ୍ଗନୱାଡ଼ି କେନ୍ଦ୍ର ପ୍ରତିଷ୍ଠା, ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ଧନ୍ଦାମୂଳକ ତାଲିମ ପ୍ରଦାନ ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଏହି ସମୀକ୍ଷା ବୈଠକରେ ସାତକୋଶିଆ ବନ୍ୟପ୍ରାଣୀ ଡିଭିଜନ ବନଖଣ୍ଡ ଅଧିକାରୀ ପି. ରାମସ୍ବାମୀ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଓ ବନ ବିଭାଗ କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri