ରାଇଜିନ୍‌ ଟେକ୍‌ କମ୍ପାନୀରୁ ଠକେଇ ମାମଲା, ୩ ଗିରଫ

ସଜନାଗଡ, ୪ା୧୦(ଡି.ଏନ.ଏ.)-ଦିଲ୍ଲୀର ନୋଏଡାସ୍ଥିତ ରାଇଜିନ୍‌ ଟେକ୍‌ ପ୍ରାଇଭେଟ୍‌ କମ୍ପାନୀରେ ନାମକ ଏକ ସଫ୍ଟୱେୟାର କମ୍ପାନୀର ଏଜେଣ୍ଟ ହୋଇ ଅଭିନବ ଉପାୟରେ ବହୁ ରିଟେଲରଙ୍କଠାରୁ ୮ ଲକ୍ଷ ଟଙ୍କା ହଡ଼ପ ଘଟଣାର ପର୍ଦ୍ଦାଫାଶ ହୋଇଛି। ବରହମପୁର ଓ ନୀଳଗିରି ପୋଲିସ ମିଳିତ ଉଦ୍ୟମରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ଗୋଟିଏ ଲ୍ୟାପ୍‌ଟପ, ଗୋଟିଏ ଟ୍ୟାବ, ୫ଟି ମୋବାଇଲ ସହ ନଗଦ ୮୨ ହଜାର ଟଙ୍କା ଜବତ କରାଯାଇଛି। ସେମାନଙ୍କୁ ଗୁରୁବାର କୋର୍ଟଚାଲଣ କରାଯାଇଥିଲା। କୋର୍ଟରେ ଅଭିଯୁକ୍ତମାନଙ୍କର ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।
ବରହମପୁର ଥାନା ଅଧୀନ ମାଟିଆଳି ଗ୍ରାମର ସମୀର ପାତ୍ର(୨୮), ପ୍ରଶାନ୍ତ ପ୍ରଧାନ(୨୫) ଓ ମନୋରଞ୍ଜନ ବେହେରା(୩୧) ୩ଜଣ ଯୁବକ ଦିଲ୍ଲୀସ୍ଥିତ ରାଇଜିନ୍‌ ଟେକ୍‌ ପ୍ରାଇଭେଟ୍‌ କମ୍ପାନୀରେ ସମସ୍ତ ତଥ୍ୟଗତ ପ୍ରମାଣପତ୍ର ଦେଇ ଉକ୍ତ କମ୍ପାନୀର ରିଟେଲର ହୋଇଥିଲେ ା ସେଥିପାଇଁ କମ୍ପାନୀ ପକ୍ଷରୁ ଏମାନଙ୍କୁ ଏକ ଆଇଡି ମିଳିଥିଲା ା ଏହି ୩ ଯୁବକ ୮ଲକ୍ଷ ଟଙ୍କା ହଡ଼ପ କରି ନିଜ ଗଁା ମାଟିଆଳିକୁ ପଳାଇ ଆସିଥିଲେ ା କମ୍ପାନୀ ପକ୍ଷରୁ ଅଧିକାରୀ ମନୋଜ କୁମାର ଶର୍ମା ବରହମପୁର ଥାନାରେ ଲିଖିତ ଅଭିଯୋଗ ଦେବା ପରେ ଥାନା ପକ୍ଷରୁ ଏକ ମାମଲା(ନଂ. ୫୦/୧୯) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ନୀଳଗିରି ଆଇଆଇସି ନଳିତା ମୋଦି ଓ ବରହମପୁର ଓଆଇସି ଅଜୟ ମୁର୍ମୁ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?