ରାଉତପଡ଼ାରୁ ଗଲା ମହାପ୍ରଭୁଙ୍କ ପାଟବସ୍ତ୍ର, ସୂତାଲୁଗା

ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତା ଲୁଗା ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଲକ୍‌ଡାଉନ ଯୋଗୁ କଞ୍ଚାମାଲ ପାଇବାରେ ବିଳମ୍ବ ହୋଇଥିଲେ ମଧ୍ୟ ମହାପ୍ରଭୁଙ୍କ ଆଶୀର୍ବାଦରୁ ସମସ୍ତ କାମ ଠିକ୍‌ ସମୟରେ ସରିଛି ବୋଲି ବୁଣାକାର ଗୋପୀନାଥ ଦାସ କହିଛନ୍ତି।
ରଥଯାତ୍ରା ଲାଗି ଚେହେଲି ପାଟ, ବଡସିଂହାର ଲାଗି ଗୀତଗୋବିନ୍ଦ ପାଟ, ସାତବାର ଲାଗି ୭ ପ୍ରକାର ଖଣ୍ଡୁଆ ପାଟ, ସୂତାରେ ପ୍ରସ୍ତୁତ ଦୁଇ ପ୍ରକାର ଘୋଡଣି, ଦେବସ୍ନାନ ପୂର୍ଣ୍ଣମୀ ୧୦୮ଗରା ଜଳ ପାଇଁ ଗାମୁଛା, ମହାପ୍ରଭୁଙ୍କ ଗୁପ୍ତ ସେବା ଲାଗି ଲାଲ, ସବୁଜ ଓ ହଳଦିଆ ରଙ୍ଗର ଏକ ସେଟ ଲେଖାଏ ଚେହେଲି ପାଟ ପଠାଯାଇଛି। ବଡସିଂହାର ବେଶ ଲାଗି “କଂସାରୀ ରପି ସଂସାର, ବାସନାବଦ୍ଧ ଶୃଙ୍ଖଳା, ରାଧାମାଧାୟ ହୃଦୟେ, ତ୍ୟୋଜ ବ୍ରଜସୁନ୍ଦରୀ” ଲେଖାଥିବା ଶ୍ଳୋକ ଗୀତଗୋବିନ୍ଦ ପାଟ ଠାକୁରଙ୍କ ନିତିଦିନିଆ ରାତି ବଡସିଂହାର ବେଶ ଲାଗି ପଠାଯାଇଛି। ସେହିପରି ଚନ୍ଦନ ଚର୍ଚ୍ଚିତ ନୀଳକଳେବର ପୀତବସନ ବନମାଳୀ କେଳି ଚଳନ୍ମଣି କୁଣ୍ଡଳ ମଣ୍ଡିତ ଗଣ୍ଡଯୁଗ ସ୍ମିତଶାଳୀ ଲେଖାଥିବା ଠାକୁରଙ୍କ ବଡସିଂହାର ବେଶ ଲାଗି ଗୀତଗୋବିନ୍ଦ ପାଟ ପଠାଯାଇଛି। ସପ୍ତବିଗ୍ରହ ଯଥା ମାଧବ, ସୁଦର୍ଶନ, ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା, ଶ୍ରୀଦେବୀ, ଭୂଦେବୀଙ୍କ ଲାଗି ସୂତାର ୨ପ୍ରକାର ଘୋଡଣି ସମେତ ମହାପ୍ରଭୁଙ୍କ ବର୍ଷସାରା ଅନ୍ୟ ସେବା ଲାଗି ୩୦ରୁ ୩୫ପ୍ରକାର ଲୁଗା ଯଥା ନେତଫୁଟା, ବୋଇରାଣୀ, ପତନି, ଟଣାଖୋସା, ମଲମଲ, ଶ୍ରୀମୁଖ ଓତା, ଗଦିଫୁଟା ବସ୍ତ୍ର ପଠାଯାଇଛି।
ରାଉତପଡ଼ା ଗ୍ରାମର ଅଧିକାଂଶ ପରିବାର ହେଉଛନ୍ତି ବୁଣାକାର। ୧୯୯୩ ମସିହାରୁ ଏହି ଗ୍ରାମର ୨୫ ପରିବାରର ୧୨୦ରୁ ଊର୍ଦ୍ଧ୍ୱ ସଦସ୍ୟ ମହାପ୍ରଭୁଙ୍କ ସେବା ଲାଗି ବର୍ଷସାରା ପାଟ, ସୂତାବସ୍ତ୍ର ଓ ଲୁଗା ଯୋଗାଇ ଆସୁଛନ୍ତି ବୋଲି ବୁଣାକାର ଗୋପୀନାଥ କହିଛନ୍ତି। ମହାପ୍ରଭୁଙ୍କ ଏହି ସେବାରେ ଅପୂର୍ବ ଆନନ୍ଦ ମିଳିଥାଏ ବୋଲି ରାମଚନ୍ଦ୍ର ଦାସ, ଭଗବାନ ଦାସ, ଗୋବିନ୍ଦ ଚନ୍ଦ୍ର ଦାସ, କୈଳାସ ଚନ୍ଦ୍ର ଦାସ, ରବୀନ୍ଦ୍ର କୁମାର ଦାସ, ଅଶୋକ ଦାସ, ନିମାଇ ଚରଣ କୁଣ୍ଡୁ, କାର୍ତ୍ତିିକେଶ୍ୱର ପାତ୍ର ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri