ରାଜକନିକାରେ ଚାଞ୍ଚଲ୍ୟ, ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ହାଣି ଫେରାର ମାରିଲେ…

ରାଜକନିକା,୬।୭(ସଞ୍ଜୟ କୁମାର ଦାଶ): ରାଜକନିକା ଥାନା ଅଞ୍ଚଳରେ ସୋମବାର ଦିବା ୧୦ ଘଟିକା ସମୟରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା । ବରୁଣାଡିଆ ଗାଁର ଯୁବକ ଜଣକ ଆରସା ଗାଁର ଜଣେ ଯୁବକଙ୍କ ଡାହାଣ ହାତର ପାପୁଲିକୁ ଏକ ଧାରୁଆ ଅସ୍ତ୍ରରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଖବରପାଇ ରାଜକନିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ସଞ୍ଜୟ କୁମାର ମଲ୍ଲିକ ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ ବାଘବୁଦା ପଞ୍ଚାୟତ ଆରସା ଗାଁର ଗୋଲଖ ଥାଟୋଇଙ୍କ ପୁଅ ସୌରଭ ଥାଟୋଇ(୨୧) ଆଜି ସକାଳ ସମୟରେ କୌଣସି କାର୍ଯ୍ୟ ପାଇଁ ତାଙ୍କ ମାମୁଁଘର ବରୁଣାଡିହାକୁ ଯାଇଥିଲେ । ଫେରିବା ବାଟରେ ଗାଡି ଚଳାଉଥିବା ଅବସ୍ଥାରେ ବରୁଣାଡିହା ଗାଁର ଜଣେ ୪୫ ବର୍ଷିୟ ବ୍ୟକ୍ତି ହଠାତ ତାଙ୍କୁ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିଲେ । ଆକ୍ରମଣରେ ସୌରଭଙ୍କ ଡାହାଣ ହାତ ପାପୁଲି ପାଖରୁ କଟି ଯାଇଛି । ସ୍ଥାନୀୟ ଲୋକେ ରାଜକନିକା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ସେଠାରେ ତାଙ୍କୁ ପ୍ରଥମିକ ଚିକିତ୍ସା ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ଡାହାଣ ହାତ ପାପୁଲିରୁ ଅତ୍ୟଧିକ ରକ୍ତସ୍ରାବ ବନ୍ଦ ନ ହେବାରୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିବା ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ।

ଅନ୍ୟପକ୍ଷରେ ଘଟଣା ଘଟାଇଥିବା ଯୁବକ ଫେରାର ହୋଇଯାଇଥିବା ବେଳେ, ତାଙ୍କ ମୁଣ୍ଡ ଠିକ୍ ଭାବେ କାମ କରୁନଥିବା ସ୍ଥାନୀୟ ଲୋକେ କହିଛନ୍ତି । ତେବେ କାହିଁକି ଓ କେଉଁ କାରଣ ପାଇଁ ଏମିତି ଅଭାବନୀୟ କାଣ୍ଡ ଘଟାଇଛି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ । ପୋଲିର ଏକ ଟିମ ତନାଘନା କରୁଛନ୍ତି, ଖୁବଶୀଘ୍ର ଧରାପଡିବ ବୋଲି ଥାନା ଅଧିକାରୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri