ରାଜଧାନୀରେ ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନର ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀଙ୍କ ଆତଙ୍କରାଜ ସୋମବାର ଦେଖିବାକୁ ମିଳିଛି। ଅପରାହ୍ନ ପ୍ରାୟ ୪ଟାରେ ଆଇ.ଜି.ପାର୍କରେ ଜନ୍ମଦିନ ପାଳୁଥିବା କେତେଜଣ ଯୁବତୀଙ୍କୁ ସେମାନେ ଅଶ୍ଳୀଳ କମେଣ୍ଟ କରିଥିଲେ। ଏହାକୁ ଜଣେ ଯୁବକ ବିରୋଧ କରିବାରୁ ତାଙ୍କୁ ସେମାନେ ଆକ୍ରମଣ କରିଥିଲେ। ଏଥିରେ ସମ୍ପୃକ୍ତ ଯୁବକ ଅକ୍ଷୟ ମହାରଣା ଗୁରୁତର ଆହତ ହୋଇଛନ୍ତି। ସେ ଏ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୩ଜଣ ଅଣଓଡ଼ିିଆ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ଅଭିଯୋଗ ଅନୁଯାୟୀ, ଆଇ.ଜି. ପାର୍କରେ ସ୍ଥାନୀୟ ଅଞ୍ଚଳର କେତେଜଣ ଯୂବତୀ ଜନ୍ମଦିନ ପାଳୁଥିଲେ। ସେହି ସମୟରେ ଏହି ପରୀକ୍ଷାର୍ଥୀମାନେ ପାର୍କରେ ବୁଲୁଥିଲେ। ସମ୍ପୃକ୍ତା ଯୁବତୀମାନଙ୍କୁ ପରୀକ୍ଷାର୍ଥୀମାନେ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ କରିବା ସହ କମେଣ୍ଟ ମାରିଥିଲେ। ସେଠାରେ ଥିବା ଲୋକେ ସେମାନଙ୍କୁ ବିରୋଧ କରିଥିଲେ। ହେଲେ ପରୀକ୍ଷାର୍ଥୀମାନେ ତାଙ୍କୁ ଗାଳିଗୁଲଜ କରିଥିଲେ। ଏପରି କି ଅକ୍ଷୟଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଫଳରେ ତାଙ୍କ କାନ ଫାଟି ରକ୍ତ ବାହାରିଥିଲା। ଏହାଦେଖି ସେମାନେ ଦୌଡ଼ିି ପଳାଇଥିଲେ। ଲୋକେ ଖବର ଦେବା ସତ୍ତ୍ୱେ ପୋଲିସ ଘଟଣାସ୍ଥଳକୁ ଆସି ନ ଥିଲା। ଅକ୍ଷୟଙ୍କୁ ତାଙ୍କ ସହଯୋଗୀମାନେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ସେ ଥାନାରେ ଏତଲା ଦେଇଥିଲେ। ଏ ନେଇ ଥାନା ଅଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ କହିଛନ୍ତି, ଆର୍ମିରେ ଭର୍ତ୍ତି ହେବାକୁ ଆସିଥିବା କେତେଜଣ ପିଲା ପାର୍କରେ ଜଣେ ଯୁବକଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସେହି ଆଧାରରେ ଆମେ ୩ଜଣ ଅଣଓଡ଼ିିଆ ପିଲାଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଛୁ। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri