ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ:ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୮।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା ଓରଫ୍‌ ବାପିଙ୍କୁ ଟାଉନ ଥାନା ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ମାମଲାରେ ଅନ୍ୟ ୩ ଜଣ ଅଭିଯୁକ୍ତ ଥିବା ପୋଲିସ ସୂଚନା ଦେଇଛି।
ଠକେଇର ଶିକାର ହୋଇଥିବା ବ୍ୟବସାୟୀ ହେଲେ ଭଦ୍ରକ ସହରର ଅପର୍ତ୍ତିବିନ୍ଧା ନିବାସୀ ପୂର୍ଣ୍ଣଚନ୍ଦ୍ର ସାହୁ। ଭୁବନେଶ୍ୱରର ପାଣ୍ଡରାରେ ଏକ ୧୬ ଡିସିମିଲ ପରିମିତ ପ୍ଲଟ କିଣିବାକୁ ଗ୍ରାମାଞ୍ଚଳ ଥାନା ଅଧୀନ ବହୁଦରଡା ଗ୍ରାମର ପ୍ରକାଶ ମହାପାତ୍ର ତାଙ୍କୁ ପ୍ରବର୍ତ୍ତାଇଥିଲେ। ପ୍ରକାଶ ପୂର୍ଣ୍ଣଚନ୍ଦ୍ରଙ୍କୁ ଦେବୀପ୍ରସାଦଙ୍କ ସହିତ ଭେଟ କରାଇଥିଲେ। ଦେବୀପ୍ରସାଦଙ୍କ ଭଉଣୀ ହେମଲତା ତ୍ରିପାଠୀଙ୍କ ନାମରେ ଉକ୍ତ ଜମି ଥିଲା। ଯାହାକୁ ହେମଲତା ଦେବୀପ୍ରସାଦଙ୍କ ସ୍ତ୍ରୀ ନିରୁପମାଙ୍କ ନାମରେ ବିକ୍ରି କବଲା କରିଥିଲେ। ଦଲାଲଙ୍କ ଉପସ୍ଥିତିରେ ଉକ୍ତ ଜମିର ବିକ୍ରିମୂଲ୍ୟ ୭୩ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା। ପୂର୍ଣ୍ଣଚନ୍ଦ୍ର ବିଭିନ୍ନ ସମୟରେ ଅନଲାଇନ ଓ ଚେକ୍‌ ମାଧ୍ୟମରେ ମୋଟ ୬୫ ଲକ୍ଷ ଟଙ୍କା ପୈଠ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ପୂର୍ଣ୍ଣଚନ୍ଦ୍ରଙ୍କୁ ଜମି ମିଳି ନ ଥିଲା। ସେ ବାରମ୍ବାର ଧାଇଁବା ପରେ ମଧ୍ୟ ଜମି ମିଳିଲା ନାହିଁ କି ଟଙ୍କା ମଧ୍ୟ ଫେରସ୍ତ ପାଇଲେ ନାହିଁ। ଦଲାଲ ଓ ବିକ୍ରେତା ପୂର୍ଣ୍ଣଚନ୍ଦ୍ରଙ୍କୁ ଧରାଛୁଅଁା ଦେଲେନି। ଶେଷରେ ପୂର୍ଣ୍ଣଚନ୍ଦ୍ର ଟାଉନ ଥାନାରେ ରବିବାର ଅଭିଯୋଗ କରିଥିଲେ। ଟାଉନ ଥାନା ଆଇଆଇସି ସରୋଜିନୀ ସିଂ ଏକ ମାମଲା(ନଂ.୧୫୫/୧୯) ରୁଜୁ କରି ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ଦେବୀପ୍ରସାଦଙ୍କୁ ଗିରଫ କରିଛନ୍ତି। ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri