ରାଜଧାନୀରେ ଡେଙ୍ଗୁ ସକ୍ରିୟ, ରୋଗୀ ସଂଖ୍ୟା ୨ହଜାର ଟପିଲା

ଭୁବନେଶ୍ୱର,୨୦।୯ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ସାମାନ୍ୟ ଜ୍ୱର ହେଲେ ବି ସହରବାସୀଙ୍କ ମନରେ ଛନକା ପଶୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଥିବାବେଳେ ସ୍ମାର୍ଟସିଟି ଭୁବନେଶ୍ୱରର ସ୍ଥିତି ସବୁଠୁ ଉଦ୍‌ବେଗଜନକ ରହିଛି। ବର୍ଷା ଦିନ ହୋଇଥିବାରୁ ରୋଗୀଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ବିଏମ୍‌ସିରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୨ ଜାନୁୟାରୀ ୧ରୁ ସେପ୍ଟେମ୍ବର ୧୮ ସୁଦ୍ଧା ଭୁବନେଶ୍ୱରରୁ ମୋଟ୍‌ ୧୯୮୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସହରର ବିଭିନ୍ନ ଅଞ୍ଚଳରୁ ୧୯୩୧ଟି କେସ୍‌ ରହିଥିବାବେଳେ ବାକି ୫୭ଟି କେସ୍‌ ଅଜ୍ଞାତ ଅଞ୍ଚଳରୁ ରହିଛି। ଅପରପକ୍ଷେ ସୋମବାର ସହରରୁ ଆଉ ୩୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡା. ଏଲ୍‌.ଡି. ସାହୁ ସୂଚନା ଦେଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ୧୪୧ଜଣଙ୍କ ନମୁନା ପରୀକ୍ଷା ହୋଇଥିଲା। ତେବେ ୩୬ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ସେମାନେ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଡା. ସାହୁ କହିଛନ୍ତି। ଏହାକୁ ମିଶାଇ ସହରରେ ରୋଗୀ ସଂଖ୍ୟା ୨ହଜାର ୨୪କୁ ବୃଦ୍ଧି ପାଇଛି। ତେବେ ଜାନୁଆରୀ ୧ରୁ ସେପ୍ଟେମ୍ବର ୨ ମଧ୍ୟରେ ଭୁବନେଶ୍ୱରରୁ ୧୦୧୬ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ମାତ୍ର ୧୭ ଦିନରେ ସହରରୁ ଆଉ ୧ହଜାର ୮ଜଣ ନୂଆ ରୋଗୀ ଚିହ୍ନଟ ହେବା ଚିନ୍ତା ବଢ଼ାଇଛି। ସୂଚନାନୁସାରେ, ଚଳିତବର୍ଷ ଜାନୁୟାରୀରେ ଭୁବନେଶ୍ୱରରୁ ମାତ୍ର ଜଣେ ରୋଗୀ ଚିହ୍ନଟ ହୋଇଥିବାବେଳେ ଫେବୃୟାରୀରେ କେହି ଚିହ୍ନଟ ହୋଇ ନ ଥିଲେ। ତେବେ ମାର୍ଚ୍ଚରେ ୫ଜଣ, ଏପ୍ରିଲରେ ୬ଜଣ, ମେ’ରେ ୬ଜଣ, ଜୁନ୍‌ରେ ୬୯ଜଣ, ଜୁଲାଇରେ ୨୦୩ଜଣ, ଅଗଷ୍ଟରେ ୭୬୩ ଏବଂ ସେପ୍ଟେମ୍ବରରେ ୯୭୧ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ତେବେ ଡେଙ୍ଗୁ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଚଳିତ ବର୍ଷ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ବି ତାହା ଚିନ୍ତାଜନକ ନୁହେଁ। ଗତବର୍ଷ ତୁଳନାରେ ଏଥର ରାଜ୍ୟରେ ଟେଷ୍ଟର ହାର ଦ୍ୱିଗୁଣରୁ ଅଧିକ ରହିଛି। ୨୦୨୧ରେ ଜାନୁୟାରୀରୁ ସେପ୍ଟେମ୍ବର ୧୫ ସୁଦ୍ଧା ରାଜ୍ୟରେ ୧୪ହଜାର ୩୯୨ ଟେଷ୍ଟ କରାଯାଇଥିଲା। ସେଥିରୁ ୩ହଜାର ୬୬୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।
ଅପରପକ୍ଷେ ଚଳିତବର୍ଷ ଜାନୁୟାରୀରୁ ସେପ୍ଟେମ୍ବର ୧୫ ମଧ୍ୟରେ ମୋଟ୍‌ ୨୬ହଜାର ୩୬୫ ନମୁନା ପରୀକ୍ଷା କରାଯାଇଥିବାବେଳେ ୩ହଜାର ୫୩୪ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରୋଗୀ ସଂଖ୍ୟା ପ୍ରାୟ ସମାନ ରହିଥିଲେ ବି ଟେଷ୍ଟିଂ ବଢିଥିବାରୁ ଗତ ବର୍ଷ ତୁଳନାରେ ପଜିଟିଭିଟି କମ୍‌ ରହିଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ପ୍ରାୟ ୯୫ ପ୍ରତିଶତ ଡେଙ୍ଗୁ ରୋଗୀ ଘରେ ରହି ଚିକିତ୍ସିତ ହୋଇ ସୁସ୍ଥ ହୋଇ ପାରିବେ। ତେଣୁ ଡେଙ୍ଗୁ ଚିହ୍ନଟ ହେଲେ ଭୟଭୀତ ନ ହୋଇ ଏହାର ଉପଯୁକ୍ତ ଚିକିତ୍ସା କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri