ରାଜଧାନୀରେ ବଢ଼ୁଛି ବସ୍ତି ସଂକ୍ରମଣ ଆଶଙ୍କା: ସାଲିଆ ସାହିରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜଧାନୀର ସବୁଠାରୁ ବଡ଼ ବସ୍ତି ସାଲିଆ ସାହିରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆ ସାହି ମଧ୍ୟରେ ଥିବା ନିରାଙ୍କାରୀ ନଗରରେ ଜଣେ ୨୨ ବର୍ଷୀୟ ଯୁବକ କରୋନା ସଂକ୍ରମିତ ହୋଇଛନ୍ତି। ଯୁବକ ଦିଲ୍ଲୀରୁ ଫେରିଥିବା ବେଳେ ପେସାରେ ଜଣେ ଆଇଟି ପ୍ରଫେସନାଲ। ଏନେଇ ମଙ୍ଗଳବାର ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଭୁବନେଶ୍ୱରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୨ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ରହଛି। ଅପରପକ୍ଷେ ବର୍ତ୍ତମାନ ସୁଦ୍ଧା ରାଜଧାନୀରେ ମୋଟ ୧୩୨ କରୋନା ସଂକ୍ରମିତ ଚିହ୍ନଟ ହେଲେଣି। ଆକ୍ରାନ୍ତଙ୍କ ମଧ୍ୟରୁ ୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୪ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୩ଜଣଙ୍କ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ପୂର୍ବରୁ ସାଲିଆ ସାହିରୁ ଜଣେ ଗର୍ଭବତୀ ମହିଳା କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ପ୍ରସବ ପାଇଁ ସେ କ୍ୟାପିଟାଲ ହସ୍ପିଟାଲ ଯାଇଥିବା ବେଳେ ସେଠାରେ ତାଙ୍କର ନମୁନା ପଜିଟିଭ୍‌ ଆସିଥିଲା। ହେଲେ ତାଙ୍କ ନବଜାତ ସନ୍ତାନର ନମୁନା ନେଗେଟିଭ୍‌ ଆସିଥିଲା। ପରେ ତାଙ୍କୁ କୋଭିଡ ଡାକ୍ତରଖାନାକୁ ପଠାଯାଇଥିଲା। ବସ୍ତିରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସଂକ୍ରମଣ ବଢ଼ିବା ଆଶଙ୍କାରେ ମହିଳାଙ୍କ ପଡ଼ୋଶୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବା ସହ ତାଙ୍କର ନମୁନା ପରୀକ୍ଷଣ କରାଯାଇଥିଲା। ହେଲେ ସମସ୍ତଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri