ରାଜଧାନୀରେ ଶତାଧିକ ଚାଷୀ ଗିରଫ

ଭୁବନେଶ୍ୱର,୪ା୨(ବ୍ୟୁରୋ) : ନୟାଗଡ଼ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବକେୟା ପ୍ରଦାନ ଦାବିରେ ଗତ ୩୦ତାରିଖରୁ ଆରମ୍ଭ ହୋଇଥିବା ବିଶାଳ ପଦଯାତ୍ରା ସୋମବାର ରାଜଧାନୀ ଭୁବନେଶ୍ୱରରେ ପହଞ୍ଚତ୍ଥିଲା। ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆୟୋଜିତ ଏହି ପଦଯାତ୍ରାରେ ବହୁ ଚାଷୀ ତଥା ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସାମିଲ ହୋଇଛନ୍ତି। ପଦଯାତ୍ରାରେ ପୂର୍ବାହ୍ନରେ ନବୀନ ନିବାସ ଅଭିମୁଖେ ଯାଉଥିବାବେଳେ ପୋଲିସ ଶିଶୁଭବନ ନିକଟରେ ଅଟକାଇଥିଲା। କ୍ରିୟାନୁଷ୍ଠାନ କମିଟିର ୬ ଜଣିଆ ସଦସ୍ୟଙ୍କୁ ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଆଲୋଚନା ପାଇଁ ଡ଼କାଯାଇଥିଲା। ହେଲେ ଦୀର୍ଘ ସମୟ ସେଠାରେ ଅପେକ୍ଷା କରିବା ସତ୍ତ୍ୱେ କୌଣସି ପଦାଧିକାରୀ ସେମାନଙ୍କ ସହ ଆଲୋଚନା ପାଇଁ ଆସି ନ ଥିଲେ। ଫଳରେ କମିଟିର ଆବାହକ ବିଶ୍ୱନାଥ ମହାପାତ୍ର ଓ ସଭାପତି ଯୋଗେନ୍ଦ୍ର ଖୁଣ୍ଟିଆଙ୍କ ନେତୃତ୍ୱରେ ଆଇନ୍‌ ଅମାନ୍ୟ ଆନ୍ଦୋଳନ ନାରା ଦିଆଯାଇ ଲୋକସେବା ଭବନକୁ ଧସେଇ ପଶିବାକୁ ଉଦ୍ୟମ କରାଯାଇଥିଲା। ଫଳରେ ପୋଲିସ ସହ ସେମାନଙ୍କ ଧସ୍ତାଧସ୍ତି ହୋଇଥିଲା। ପୋଲିସ ୧୦୦ଜଣଙ୍କୁ ଗିରଫ କରି ପରେ ବ୍ୟକ୍ତିଗତ ମୁଚାଲିକାରେ ଛାଡ଼ି ଦେଇଛି।
ଉଲ୍ଲେଖଯୋଗ୍ୟ, ୧୯୮୮ରେ ନୟାଗଡ଼ ପାଣିପୋଇଲାଠାରେ ରାଜ୍ୟର ତୃତୀୟ ଚିନିକଳ ଆରମ୍ଭ ହୋଇଥିଲା। ସମୟାନୁକ୍ରମେ ସରକାର ନୟାଗଡ଼ ସୁଗାର କମ୍ପ୍ଲେକ୍ସ ହାତରେ ଚିନିକଳର ପରିଚାଳନା ଦାୟିତ୍ୱ ଦେଇଥିଲେ। ଏହାର ପରିଚାଳନା କରିବାରେ ସୁଗାର କମ୍ପ୍ଲେକ୍ସ କର୍ତ୍ତୃପକ୍ଷ ବିଫଳ ହେବା ସହ ହଜାର ହଜାର ଆଖୁଚାଷୀଙ୍କ ୭କୋଟି ଟଙ୍କା ଦେଇ ନ ପାରି ଚିନିକଳକୁ ବନ୍ଦ କରିଦେଇଥିଲେ। ଫଳରେ ନୟାଗଡ଼ ଜିଲାରେ ଏବେ ଆଖୁଚାଷୀ ଆର୍ଥିକ ଦୁଃସ୍ଥିତିର ସମ୍ମୁଖୀନ ହୋଇଥିଲେ। ଏବେ ଉକ୍ତ ଚିନିକଳ  ବ୍ୟାଙ୍କ ଋଣରେ ଫସି ରହିଛି। ଋଣ ପୈଠ ନ ହେବା କାରଣରୁ ବ୍ୟାଙ୍କ କର୍ତ୍ତୃପକ୍ଷ ଚିନିକଳକୁ ନିଲାମ କରିବା ପାଇଁ ମଧ୍ୟ ପ୍ରୟାସ କରିଲେଣି। ତେଣୁ ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚିନିକଳ ପୁନଃ ଖୋଲିବା ସହ ଚାଷୀଙ୍କ ବକେୟା ଦେବା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଯିବା ପାଇଁ ପଦଯାତ୍ରା କରାଯାଇଥିଲା। ନୟାଗଡ଼ରୁ ହଜାର ହଜାର ଚାଷୀ ପଦଯାତ୍ରା କରି ସୋମବାର ଭୁବନେଶ୍ୱରରେ ପହଞ୍ଚିଥିଲେ।g

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri