ରାଜଧାନୀରେ ହେବ ମିଠା କାରଖାନା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ସହରରେ ସ୍ଥାପନ ହେବ ମିଠା ହବ୍‌। କ୍ଷୁଦ୍ର ମିଷ୍ଟାନ୍ନ ବ୍ୟବସାୟୀଙ୍କୁ ଆର୍ଥିକ ସହାୟତାଠାରୁ ଆରମ୍ଭ କରି ସମସ୍ତ ସହାୟତା ଯୋଗାଇ ଦିଆଯିବ। ଆଗାମୀ ଦିନରେ ମିଠା କାରଖାନା ପାଇଁ ଜମି ଯୋଗାଇ ଦିଆଯିବ। ଯେଉଁଠି ମିଠା ପାଇଁ ଉନ୍ନତ ଭିତ୍ତିଭୂମି ଓ ପ୍ୟାକେଜିଂର ବ୍ୟବସ୍ଥା ଥିବ ସେଠାରେ ଇଡ୍‌କୋ ଅଧୀନରେ ଥିବା ଜମି ମଧ୍ୟରୁ ଏକ ଜମି ଚିହ୍ନଟ କରାଯିବା ପରେ କାରଖାନା ସ୍ଥାପନ ହେବ ବୋଲି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିବା ପରେ ସୋମବାର ସୂଚନା ଭବନରେ ଉତ୍କଳ ମିଷ୍ଟାନ୍ନ ବ୍ୟବସାୟୀ ସମିତିର ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗଦେଇ ମନ୍ତ୍ରୀ ମିଶ୍ର ମିଠା ବ୍ୟବସାୟୀଙ୍କୁ ଉତ୍ସାହିତ କରିବା ସହ ସରକାରଙ୍କ ଆଭିମୁଖ୍ୟ ସଂକ୍ରାନ୍ତରେ କହିଥିଲେ। ଏଥିସହ ସଚିବାଳୟ ଆସି ଏନେଇ ଆଲୋଚନା କରିବାକୁ ସମିତି ସଦସ୍ୟଙ୍କୁ ପରାମର୍ଶ ଦେଇଥିଲେ।
ମୁଖ୍ୟ ଅତିଥି ଭାବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଯୋଗଦେଇ ସଭାକୁ ଉଦ୍‌ଘାଟନ କରିଥିଲେ। ମିଠା ବ୍ୟବସାୟୀଙ୍କ ବିଭିନ୍ନ ଦାବିଗୁଡ଼ିକର ଶୀଘ୍ର ସମାଧାନ ହେବ ବୋଲି କହିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଦେବୀପ୍ରସାଦ ମିଶ୍ର, ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଓଡ଼ିଶା ମିଠାକୁ ଉଚ୍ଚ ଗୁଣବତ୍ତା ସମ୍ପନ୍ନ କରିବା ସହ ବିଶ୍ୱସ୍ତରରେ ପ୍ରଚାରି ପ୍ରସାର ଉପରେ ଗୁରୁତ୍ୱାରୋପ କରିଥିଲେ। ସମିତି ସଭାପତି ବିମ୍ବାଧର ବେହେରା ସରକାରଙ୍କ ନିକଟରେ ବିଭିନ୍ନ ଦାବି ରଖିଥିଲେ। ପାହାଳରେ ରସଗୋଲା ବ୍ୟବସାୟୀଙ୍କୁ ସରକାରୀ ଜାଗାରେ ସ୍ବତନ୍ତ୍ର ଭାବେ ଥଇଥାନ, ଆର୍ଥିକ ପ୍ରୋତ୍ସାହନ, ମିଠା କାରଖାନା ପାଇଁ ଉତ୍କଳ ମିଷ୍ଟାନ୍ନ ବ୍ୟବସାୟୀ ସମିତି ସଦସ୍ୟଙ୍କୁ ଇଡ୍‌କୋ ଜାଗା, ବିଦେଶକୁ ମିଠା ରପ୍ତାନୀ ପାଇଁ ଉତ୍ତମ ଭିତ୍ତିଭୂମି, ପ୍ୟାକେଜିଂ ବ୍ୟବସ୍ଥା, ସମିତିର କାର୍ଯ୍ୟାଳୟ ପାଇଁ ସରକାରୀ ବାସଗୃହ, ଛେନାଗଜା, ଛେନାପୋଡ଼ ଛେନାଝିଲ୍ଲୀ, ଆରିସା, ରସାବଳୀକୁ ଜିଆଇ ଟ୍ୟାଗ ମାନ୍ୟତା ପ୍ରଦାନ ପାଇଁ ପ୍ରୟାସ କରିବାକୁ ସେ କହିଥିଲେ। ଗବେଷକ ଅସିତ ମହାନ୍ତି ରସଗୋଲା ଜିଆଇ ଟ୍ୟାଗ ମାନ୍ୟତା ଦିଗରେ ହୋଇଥିବା ଉଦ୍ୟମ ଓ ଏଥିସହ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ଅବସରରେ ରସଗୋଲାକୁ ଜିଆଇ ମାନ୍ୟତା ପ୍ରଦାନ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କେତେଜଣ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ଉପଦେଷ୍ଟା ପ୍ରଶାନ୍ତ କରଙ୍କ ସମେତ ପାହାଳ ରସଗୋଲା ବ୍ୟବସାୟୀ ସଂଘର ସମସ୍ତ କର୍ମକର୍ତ୍ତା ଓ ସମିତି ସଦସ୍ୟଗଣ ଉପସ୍ଥିତ ଥିଲେ। କଣ୍ଠଶିଳ୍ପୀ ସୁସ୍ମିତା ଦାସ ରସଗୋଲା ସଂଗୀତ ପରିବେଷଣ କରିଥିଲେ। ସମିତି ପକ୍ଷରୁ ୫୦ ହଜାର ରସଗୋଲା ବଣ୍ଟା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri