ରାଜଧାନୀ ମଡେଲ ସ୍କୁଲ ଲାଗି ଖଣ୍ଡଗିରି ନିକଟରେ ଜାଗା ଚିହ୍ନଟ

ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟର ବର୍ତ୍ତମାନ ୨୧୪ଟି ବ୍ଲକରେ ମଡେଲ ସ୍କୁଲ ରହିଛି। ଏହିସବୁ ମଡେଲ ସ୍କୁଲରେ ଛାତ୍ରୀନିବାସ ରହିଥିବାବେଳେ ଛାତ୍ର ନିବାସ ଏବଂ ଖେଳପଡ଼ିଆ ବ୍ୟବସ୍ଥା ରହିନାହିଁ। ତେଣୁ ଆଗକୁ ରାଜଧାନୀ ଭୁବନେଶ୍ୱରରେ ଏକ ଇଣ୍ଟିଗ୍ରେଟେଡ ମଡେଲ ସ୍କୁଲ ଖୋଲିବା ଲାଗି ରାଜ୍ୟ ସରକାର ନିକଟରେ ନିଷ୍ପତ୍ତି ନେଇଥିଲେ। ଏହି ମଡେଲ ସ୍କୁଲରେ ଛାତ୍ରୀ ନିବାସ, ଛାତ୍ରନିବାସ ଏବଂ ଖେଳପଡ଼ିଆ ସୁବିଧା ରହିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱରଠାରେ ହେବାକୁ ଥିବା ମଡେଲ ସ୍କୁଲ୍‌ଟିର ଶ୍ରେଣୀ ଗୃହ ସିବିଏସ୍‌ଇ ସ୍କୁଲ ଢାଞ୍ଚାରେ କରାଯିବ। ଯଦି ଏହା ସଫଳ ହୁଏ ତେବେ ପରେ ସେହି ଢାଞ୍ଚାରେ ଅନ୍ୟ ଜିଲାରେ ମଧ୍ୟ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ରାଜଧାନୀରେ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବାକୁ ଥିବା ଏହି ମଡେଲ ସ୍କୁଲ ଲାଗି ଜାଗା ଚିହ୍ନଟ କରିବା ପାଇଁ ଖୋର୍ଦ୍ଧା ଜିଲାପାଳଙ୍କୁ ଦାୟିତ୍ୱ ଦିଆଯାଇଥିଲା। ପ୍ରାଥମିକ ଭାବେ ଖଣ୍ଡିଗିରି ନିକଟସ୍ଥ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥ୍‌ମେଟିକ୍ସ ପାଖରେ ମଡେଲ ସ୍କୁଲ ଲାଗି ଜାଗା ଚିହ୍ନଟ ହୋଇଥିବା ଜଣାପଡିଛି। ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଚିହ୍ନଟ ହୋଇଥିବା ସରକାରୀ ସ୍ଥାନରେ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ଏଥିଲାଗି ନିକଟରେ ଆଉଥରେ ଏକ ବୈଠକ ବସିବା ପରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri