Posted inଖେଳ

ରାଜନୀତିରେ ଯୋଗଦେବାକୁ ଦୂତୀ ଆଗ୍ରହୀ

ଭୁବନେଶ୍ୱର, ୨୪।୯(କ୍ରୀଡ଼ା ପ୍ରତିନିଧି)-
ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ପୁଣି ଚର୍ଚ୍ଚାରେ। ମାତ୍ର ଏଥର କୌଣସି ଖେଳ ପାଇଁ ନୁହେଁ ବରଂ ସେ ରାଜନୀତିରେ ଯୋଗଦେବାକୁ ଆଗ୍ରହୀ ବୋଲି ପ୍ରକାଶ କରି ଚର୍ଚ୍ଚାରେ ରହିଛନ୍ତି। ଏଥିପାଇଁ ସୋସିଆଲ ମିଡିଆର ସହାୟତା ନେଇଛନ୍ତି ଦୂତୀ। ରାଜନୀତିରେ ଯୋଗଦେବା ମୋ ପିଲାଦିନର ସ୍ବପ୍ନ। ମୋ ପରିବାର ତ୍ରୁଣମୂଳସ୍ତରରେ ରାଜନୀତି ସହ ସମ୍ପୃକ୍ତ। ମୋ ମା’ ସରପଞ୍ଚ ପ୍ରାର୍ଥୀ ଥିଲେ ବୋଲି ଟୁଇଟ୍‌ କରିଛନ୍ତି ଦୂତୀ। ନିଜ ଫେସ୍‌ବୁକ୍‌ରେ ମଧ୍ୟ ସମାନ କଥା ପୋଷ୍ଟ କହିଛନ୍ତି ଭାରତର ଏହି ଦ୍ରୁତତମ ଧାବିକା। ”ଭବିଷ୍ୟତରେ ସୁଯୋଗ ପାଇଲେ ମୁଁ ରାଜନୀତିରେ ଯୋଗଦେବାକୁ ଚାହେଁ, ରାଜନୀତିକୁ ଆସିବା ମୋର ଦୀର୍ଘଦିନର ସ୍ବପ୍ନ। ମୋତେ ଏବେ ୨୩ ବର୍ଷ। ରାଜନୀତିକୁ ଆସିଲେ ଯେ ଖେଳ କ୍ୟାରିୟର ନଷ୍ଟ ହେବ ଏଥିରେ ମୁଁ ବିଶ୍ୱାସ କରେନି। ଦକ୍ଷତା ଥିଲେ ଏକସଙ୍ଗେ ଅନେକ କାର୍ଯ୍ୟ କରିହେବ। ରାଜନୀତିରେ ଯୋଗଦେବା ପାଇଁ ଏପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳ ପକ୍ଷରୁ ଅଫର ପାଇନି। ଯଦି ମୋତେ ଅଫର ମିଳେ ତେବେ ନିଶ୍ଚିତ ସେ ସମ୍ପର୍କରେ ଚିନ୍ତା କରିବି। ତେବେ ବର୍ତ୍ତମାନ ମୁଁ ଆସନ୍ତା ବର୍ଷ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ଉପରେ ଫୋକସ କରୁଛି“ ବୋଲି କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଜାରି ରଖିଥିବା ଦୂତୀ ପ୍ରକାଶ କରିଛନ୍ତି। ରାଜନୀତିରେ ଯୋଗଦେଲେ କ୍ରୀଡ଼ା ଏବଂ କ୍ରୀଡ଼ା ଭିତ୍ତିଭୂମିର ଉନ୍ନତିକୁ ସେ ପ୍ରାଥମିକତା ଦେବେ ବୋଲି ଦୂତୀ କହିଛନ୍ତି।
ପ୍ରକାଶଯୋଗ୍ୟ ଯେ, ହାଇପରଆଣ୍ଡ୍ରୋଜେନିଜମ୍‌ ପାଇଁ ୨୦୧୪ରେ ଆଥଲେଟିକ୍‌ ଫେଡେରେଶନ ଅଫ ଇଣ୍ଡିଆ(ଏଏଫଆଇ) ଦୂତୀଙ୍କୁ ବାସନ୍ଦ କରିଥିଲା। ମାତ୍ର କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର ସ୍ପୋଟର୍‌ସ(କାସ୍‌)ରେ ବିଜୟୀ ହୋଇ ସେ ଟ୍ରାକ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଗତ ବର୍ଷ ସେ ଏସିଆନ ଗେମ୍ସରେ ୨ଟି ରୌପ୍ୟ ପଦକ ଜିତିବା ସହ ଚଳିତବର୍ଷ ଜୁଲାଇରେ ପ୍ରଥମ ଭାରତୀୟ ମହିଳା ଆଥଲେଟ୍‌ଭାବେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ୧୦୦ ମିଟର ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଚଳିତବର୍ଷ ପ୍ରାରମ୍ଭରେ ସେ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ପ୍ରକାଶ କରି ଚର୍ଚ୍ଚାର ଶିରୋନାମାରେ ରହିଥିଲେ। ଦୋହାରେ ଚଳିତମାସ ୨୭ରୁ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ପାଇଁ ଦୂତୀ ଏବେ କଳିଙ୍ଗ ଷ୍ଟାଡିୟମ ସିନ୍ଥେଟିକ୍‌ ଟ୍ରାକ୍‌ରେ ରାତିରେ ଅଭ୍ୟାସ କରୁଛନ୍ତି। ମଙ୍ଗଳବାର ସେ ହାଇଦ୍ରାବାଦ ଯିବେ ଏବଂ ସେଠାରୁ ଦୋହା ଯାତ୍ରା କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri