ରାଜପଥରେ ଜଳିଗଲା ଟ୍ରକ କ୍ୟାବିନ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ବଡ଼ବିଲ,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲାର ନାଲଦା ୧୦ ନମ୍ବର ରାଜ୍ୟ ରାଜପଥରେ ଶନିବାର ଅପରାହ୍ନରେ ଏକ ଟ୍ରକର କ୍ୟାବିନ୍‌ ଜଳିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବେଲକୁଣ୍ଡିଠାରେ ଠିଆ ହୋଇଥିବା ସିଜି ୦୪ ଏମ୍‌କ୍ୟୁ ୬୩୦୧ ନମ୍ବର ବିଶିଷ୍ଟ ଏକ ୧୪ ଚକିଆ ଟ୍ରକ କ୍ୟାବିନ୍‌ରେ ଶନିବାର ଅପରାହ୍ନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ସେତେବେଳକୁ ଟ୍ରକର କ୍ୟାବିନ୍‌ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଟ୍ରକଟି ଝାଡ଼ଖଣ୍ଡ ରାଜ୍ୟର ରାଞ୍ଚିରୁ କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟୋସ୍ଥିତ କେଏନ ରାମ ଖଣିରୁ ଲୌହପଥର ବୋଝେଇ ନିମନ୍ତେ ଆସିଥିଲା। ତେବେ ରାସ୍ତାରେ ଟ୍ରକ ରଖି ଡ୍ରାଇଭର ଓ ହେଲପର ବାହାରେ ବୁଲୁଥିବାରୁ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିବା ଜଣାପଡ଼ିଛି। ବଡ଼ବିଲ ସହରାଞ୍ଚଳ ମଧ୍ୟ ଦେଇ ଭାରୀଯାନ ଯାତାୟାତ ଉପରେ ନୋ-ଏଣ୍ଟ୍ରି ଲାଗିଥିବାବେଳେ ରାସ୍ତା ଉପରେ ଅନେକ ଭାରୀଯାନ ଅଟକି ରହୁଛନ୍ତି। ଫଳରେ ଅଧିକାଂଶ ସମୟରେ ଏପରି ଅଘଟଣମାନ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri