ରାଜରାଜେଶ୍ୱରୀ ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨୯ା୧୦: ଜଗଜ୍ଜନନୀ ବିଷ୍ଣୁମାତା ମା’ ଭଦ୍ରକାଳୀ ସପ୍ତମାତୃକା ବେଶରେ ମଙ୍ଗଳବାର ତୃତୀୟ ଦିନରେ ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ମା’ଙ୍କର ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କର ଲମ୍ବା ଧାଡି ଦେଖିବାକୁ ମିଳିଥିଲା । ଏହି ଅବସରରେ ବହୁ ସାଧୁସନ୍ଥ ଉପସ୍ଥିତ ହୋଇଥିଲେ। ମା’ ଗୋଲାପୀ ପାଟବସ୍ତ୍ର ପରିଧାନକରି ସ୍ବର୍ଣ୍ଣ ଓ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି । ବାଘ ମା’ଙ୍କର ବାହନ ଥିବାବେଳେ ମୁଖମଣ୍ଡଳ ପଦ୍ମ ବର୍ଣ୍ଣ ଥିଲା। ହସ୍ତରେ ଖଡ୍ଟ ଓ ଚକ୍ର ଧାରଣକରି ଚତୁର୍ଦ୍ଧାମୂର୍ତ୍ତିରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ରାଜରାଜେଶ୍ୱରୀ ବେଶକୁ ଦର୍ଶନ କଲେ ଭକ୍ତର ସମସ୍ତ କାର୍ଯ୍ୟ ସିଦ୍ଧି ହେବା ସହ ଯଶ ଓ ଐଶ୍ୱର୍ଯ୍ୟ ଲାଭ ହୁଏ ବୋଲି ବିଶ୍ୱାସ ରହିଛି। ପୀଠରେ ବିଶ୍ୱଶାନ୍ତି ଯଜ୍ଞର ତୃତୀୟ ଦିନରେ ବେଦ ପଠନ, ସପ୍ତଶତୀ ଚଣ୍ଡୀପାଠ, ଗୀତାଯଜ୍ଞ, ନାମ ସଂକୀର୍ତ୍ତନ ଆଦି ଅନୁଷ୍ଠିତ ହୋଇଥିଲା। ବୁଧବାର ଚତୁର୍ଥ ଦିନରେ ମା’ ସିଂହବାହିନୀ ବେଶରେ ଦର୍ଶନ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?