Posted inଖେଳ

ରାଜସ୍ଥାନକୁ ହରାଇ ଦିଲ୍ଲୀ ଶୀର୍ଷରେ

ଜୟପୁର, ୨୩ା୪ (ପି.ଟି.)-ସ୍ଥାନୀୟ ସଓ୍ବାଇ ମାନସିଂ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏକ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ଅଜିଙ୍କ୍ୟ ରାହାନେ ଅପରାଜିତ ଶତକ ହାସଲ କରିଥିଲେ ହେଁ  ତାଙ୍କ ଦଳ ରାଜସ୍ଥାନ ରୟାଲ୍ସକୁ ଜିତାଇପାରି ନାହାନ୍ତି। ଅନ୍ୟପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ ୧୯୨ ରନର ବିଜୟ ଲକ୍ଷ୍ୟକୁ ୧୯.୧ ଓଭରରେ ୪ ଉଇକେଟ ବିନିମୟରେ ହାସଲ କରିନେଇଛି। ଦଳକୁ ଜିତାଇବାରେ ଉଇକେଟକିପର ରିଷଭ ପନ୍ତ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେ ୩୬ ବଲ୍‌ରେ ୬ ଚୌକା ଓ ୪ ଛକା ସହ ୭୮ ରନ କରି ଅପରାଜିତ ରହିଥିଲେ। ଅନ୍ୟ ସଫଳ ବ୍ୟାଟ୍ସମ୍ୟାନ ଭାବେ  ଶିଖର ଧାଓ୍ବନ ୫୪ ଓ ପୃଥ୍ବୀ ୪୨ ରନ କରିଥିଲେ। ପୃଥ୍ବୀ ଓ ଧାଓ୍ବନ ଦଳକୁ ଭଲ ଆରମ୍ଭ ଦେଇଥିଲେ। ଉଭୟେ ପ୍ରଥମ ଉଇକେଟରେ ୭୨ରନ ଯୋଗ କରିଥିଲେ। ଧାଓ୍ବନ ୨୭ ବଲ୍‌ ସାମ୍‌ନା କରି ୮ଚୌକା ଓ ୨ଛକା ମାରିଥିଲେ। ସେ ଶ୍ରେୟାସ ଗୋପାଳଙ୍କ ବଲ୍‌ରେ ସଞ୍ଜୁ ସାମସନଙ୍କ ଦ୍ୱାରା ଷ୍ଟମ୍ପିଂ ହୋଇଯାଇଥିଲେ। ପରବର୍ତ୍ତୀ ବ୍ୟାଟ୍ସମ୍ୟାନ ଅଧିନାୟକ ଶ୍ରେୟାସ ଆୟାର ମାତ୍ର ୪ରନ କରିପାରିଥିଲେ। ପୃଥ୍ବୀ ଆଉଟ ହେବା ପୂର୍ବରୁ ସେ ଓ ପନ୍ତଙ୍କ ସହ ତୃତୀୟ ଉଇକେଟରେ ୮୪ରନ ଯୋଗ କରିଥିଲେ। ଏହି ବିଜୟ ଦ୍ୱାରା ଦିଲ୍ଲୀ କ୍ୟାପିଟାଲ୍ସ ୧୧ଟି ମ୍ୟାଚରେ ୭ ବିଜୟ ସହ ମୋଟ ୧୪ ପଏଣ୍ଟ ହାସଲ କରି ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନକୁ ଉନ୍ନୀତ ହୋଇପାରିଛି।  ଅନ୍ୟପକ୍ଷରେ ରାଜସ୍ଥାନର ୧୦ଟି ମ୍ୟାଚରେ ଏହାଥିଲା ୭ମ ପରାଜୟ।

ହାରି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ବିନିମୟରେ  ୧୯୧ ରନ କରିଥିଲା। ଦଳର ଇନିଂସ ଗଢିବାରେ ମୁଖ୍ୟ କର୍ଣ୍ଣଧାର ସାଜିଥିଲେ ଓପନର ଅଜିଙ୍କ୍ୟ ରାହାନେ। ସେ ୬୩ ବଲ୍‌ରେ ୧୧ଚୌକା ଓ ୩ ଛକା ସହାୟତାରେ ୧୦୫ରନ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ରାହାନେ ଏବଂ ଅନ୍ୟତମ ସଫଳ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଦ୍ୱିତୀୟ ଉଇକେଟ ଯୋଡ଼ିରେ ମହତ୍ୱପୂର୍ଣ୍ଣ  ୧୩୦ରନ ଯୋଗ କରିଥିଲେ।  ସ୍ମିଥ ୩୨ ବଲ୍‌ରେ ୮ଚୌକା ସହ ୫୦ ରନ କରିଥିଲେ। ସେ ଅକ୍ଷର ପଟେଲଙ୍କ ବଲ୍‌ରେ କ୍ରିସ୍‌ ମୋରିସଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଯାଇଥିଲେ। ଷ୍ଟୁଆର୍ଟ ବିନ୍ନି ୧୯ ରନ କରିବାରେ ସମର୍ଥ ହୋଇଥିବାବେଳେ ଅନ୍ୟମାନେ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଆଉଟ ହୋଇଥିବା ଉଇକେଟକିପର ସଞ୍ଜୁ ସାମସନ ବିନା କୌଣସି ରନରେ କାଗିସୋ ରାବାଡାଙ୍କ ଦ୍ୱାରା ରନ ଆଉଟ ହୋଇଥିଲେ। ୮ରନ କରିଥିବା ବେନ୍‌ ଷ୍ଟୋକ୍ସ ମୋରିସଙ୍କ ବଲ୍‌ରେ ଶ୍ରେୟାସ ଆୟାରଙ୍କ ଦ୍ୱାରା କ୍ୟାଚ ଆଉଟ୍‌ ହୋଇଥିଲେ। ଆଷ୍ଟନ ଟର୍ନର ବିନା କୌଣସି ରନ୍‌ରେ ଈଶାନ୍ତ ଶର୍ମାଙ୍କ ବଲ୍‌ରେ ଶେରଫାନେ ରଥରଫୋର୍ଡଙ୍କ ଦ୍ୱାରା କ୍ୟାଚ ଆଉଟହୋଇ ପ୍ୟାଭିଲିୟନ ଫେରିଥିଲେ। ବିନ୍ନି ଓ ରିୟାନ ପରାଗ (୪)ଙ୍କୁ ରାବାଡା କ୍ଲିନ୍‌ ବୋଲ୍‌ଡ କରିଦେଇଥିଲେ। ଫଳରେ ଦଳର ସ୍କୋର  ୨୦୦ ଭିତରେ ସୀମିତ ହୋଇଯାଇଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ଏହି ମ୍ୟାଚ ପାଇଁ କେବଳ ଜଣେ ମାତ୍ର ଖେଳାଳି ପରିବର୍ତ୍ତନ କରିଥିଲା। ସନ୍ଦୀପ ଲାମିଚାନେଙ୍କ ସ୍ଥାନରେ ମୋରିସଙ୍କୁ ଖେଳାଇଥିଲା। ରାଜସ୍ଥାନ ରୟାଲ୍ସ କିନ୍ତୁ ଏହାର ଦଳ ଅପରିବର୍ତ୍ତିତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri