Posted inଖେଳ

ରାଜସ୍ଥାନ ଦଳରେ ବିଶ୍ୱର ଶ୍ରେଷ୍ଠ ବୋଲର

ନୂଆଦିଲ୍ଲୀ,୨୫।୮ : ଚଳିତ ଆଇପିଏଲ ସିଜନ୍‌ର ପରବର୍ତ୍ତୀ ଭାଗରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଖେଳିବେ ଦକ୍ଷିଣ ଆଫ୍ରିକାର ବାମହାତୀ ସ୍ପିନର ତାବରିଜ ଶାମସି। ଏହି ସ୍ପିନର ବର୍ତ୍ତମାନ ଆଇସିସି ଟି୨୦ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷରେ ଅଛନ୍ତି। ଶାମସିଙ୍କ ସହ ଫ୍ରାଞ୍ଚାଇଜ ପକ୍ଷରୁ ଚୁକ୍ତି କରାଯାଇଥିବା ନେଇ ବୁଧବାର କୁହାଯାଇଛି। ତେବେ ସେ ବଦଳ ଖେଳାଳି ଭାବେ ଦଳରେ ସାମିଲ ହୋଇଛନ୍ତି।

୩୧ ବର୍ଷୀୟ ଶାମସି ଦକ୍ଷିଣ ଆଫ୍ରିକାର ଘରୋଇ କ୍ରିକେଟରେ ଜୋହାନ୍ସବର୍ଗ ପକ୍ଷରୁ ପ୍ରତିନିଧିତ୍ୱ କରନ୍ତି। ୨୦୧୭ରେ ଇଂଲଣ୍ଡ ବିପକ୍ଷ ଦ୍ୱିପାକ୍ଷିକ ସିରିଜ୍‌ରେ ସେ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ସେବେଠୋରୁ ୩୯ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଥିବା ବୋଲରଙ୍କ ନାମରେ ରହିଛି ୪୫ ଉଇକେଟ। ସେହିଭଳି ୨୭ ଦିନିକିଆରେ ୩୨ ଉଇକେଟ ନେଇଛନ୍ତି। ଆଇପିଏଲରେ ଖେଳିବାର ଅଭିଜ୍ଞତା ମଧ୍ୟ ତାଙ୍କ ପାଖରେ ରହିଛି। ସେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି ) ପାଇଁ ୨୦୧୬ରେ ୪ ମ୍ୟାଚ୍‌ ଖେଳି ୩ ଉଇକେଟ ନେଇଥିଲେ। ସେଥର ମଧ୍ୟ ତାଙ୍କୁ ବଦଳ ଖେଳାଳି ଭାବେ ଆଇପିଏଲରେ ସୁଯୋଗ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ବିଫଳ…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?