ରାଜସ୍ବ ଗାଁ ବଡ଼ମୂଳକୁ ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ କମିଟିର ଗସ୍ତ

ଛେଣ୍ଡିପଦା,୧୫।୧(ସ୍ବ.ପ୍ର.)- ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୮ନଂ ୱାର୍ଡ ବଡମୂଳ ଗ୍ରାମକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଆୱାର୍ଡ ଅଫ ଏକ୍ସଲାନ୍ସର ରାଜ୍ୟ ଅଧ୍ୟକ୍ଷ ରବିନାରାୟଣ ବହିଦାର, ପୂର୍ବତନ ଜିଲାପାଳ ତଥା କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ ପ୍ରମୁଖ ଗସ୍ତ କରିଥିଲେ। ଗ୍ରାମବାସୀ ଏକ ପଟୁଆର କମିଟି ସଦସ୍ୟଙ୍କୁ ଗ୍ରାମକୁ ପାଛଟି ନେଇଥିଲେ। ରାଜସ୍ବ ଗ୍ରାମ ମାନ୍ୟତା ପରେ ଗ୍ରାମବାସୀ କେତେ ଖୁସି ଅଛନ୍ତି ସେ ସମ୍ପର୍କରେ କମିଟି ସଦସ୍ୟମାନେ ପଚାରି ବୁଝିଥିଲେ। ପରେ ଅନୁଷ୍ଠିତ ଏକ ବୈଠକରେ ଜିଲା ଗ୍ରାମ୍ୟ ଉନୟନ ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଉପଜିଲାପାଳ ବାସୁଦେବ ଶତପଥୀ, ବିଡିଓ ସୁନୀଲ କୁମାର କେରକେଟା, ତହସିଲଦାର ଡାନିଏଲ ଏକ୍କା, ଜଳ ଓ ପରିମଳ ବିଭାଗର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବିକାଶ ଦାଶ, ବ୍ଲକ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଯାଦବା ନନ୍ଦ ସାହୁଙ୍କ ସମେତ ସମସ୍ତ ବିଭାଗୀୟ ପଦାଧିକାରୀ ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ ଗ୍ରାମ ସମ୍ପାଦକ ପ୍ରଦୀପ ଦେହୁରୀ, ବରିଷ୍ଠ ନେତା ଦେବରାଜ ସାହୁ, ନିଶାମଣି ସାହୁ, ୱାର୍ଡମେମ୍ବର ଦୁଷ୍ମନ୍ତ ସାହୁ, ଗୟା ସାହୁଙ୍କ ସମେତ ଗ୍ରାମର ସମସ୍ତ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?