ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

କୁଳିଅଣା,୨୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଡୁମୁରିଡିହା ପଞ୍ଚାୟତର ଚାଷୀମାନେ ଚାଷ ଜମିକୁ ଜଳ ଯୋଗାଣ ଦାବିରେ ସ୍ଥାନୀୟ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ଗୁରୁବାର ତାଲା ପକାଇ ଆନ୍ଦୋଳନ କରିଥିଲେ। ପୂର୍ବାହ୍ନ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିଥିଲା। ଖବରପାଇ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାସୁଝା କରିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
କୁଳିଅଣା ବ୍ଲକ ଅନ୍ତର୍ଗତ ହଳଦିଆ ଡ୍ୟାମରୁ ସ୍ଥାନୀୟ ଡୁମୁରିଆ ପଞ୍ଚାୟତର ଚାଷ ଜମିକୁ ପାଣି ଯୋଗାଇ ଦିଆଯାଇଥାଏ। ହଳଦିଆ ଡ୍ୟାମ ପୁନଃନିର୍ମାଣ କାର୍ଯ୍ୟ ୨୦୧୧ ନଭେମ୍ବର ମାସରୁ ଆରମ୍ଭ ହୋଇ ୨୦୧୮ ମାର୍ଚ୍ଚରେ ଶେଷ ହେବା କଥା। ମାତ୍ର ଏହା ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇ ପାରି ନାହିଁ। ଏହି କାର୍ଯ୍ୟ ୨୦୨୦ ଜୁୁନ ମାସ ସୁଦ୍ଧା ଶେଷ ହେବାର ଯୋଜନା ଥିବା ଡ୍ୟାମ ସହକାରୀ ଯନ୍ତ୍ରୀ ଚନ୍ଦ୍ର ଶେଖର ରାଉତ କହିଛନ୍ତି। ସେହିପରି ୨୦୨୦ ମାର୍ଚ୍ଚ ସୁଦ୍ଧା ହଳଦିଆ ଡ୍ୟାମ ପାଣି ପଞ୍ଚାୟତ ଗଠନ ସରିବ ବୋଲି ବେତନଟୀ ଡିଭିଜନ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ମଣ୍ଡଳ ଓ ଗୌରାଙ୍ଗ ଚରଣ ହୁଇ ପ୍ରକାଶ କରିଛନ୍ତି। ଅନାବୃଷ୍ଟି ପାଇଁ ଚାଷୀଙ୍କ ମଧ୍ୟରେ ଭାଳେଣି ପଡ଼ିଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଜାତି ତଥା ଅନ୍ୟାନ୍ୟ ସାର୍ଟିଫିକେଟ ପାଇଁ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ଜୋର ଜବରଦସ୍ତ ଖଜଣା ଆଦାୟକୁ ମଧ୍ୟ ଚାଷୀମାନେ ବିରୋଧ କରିଥିଲେ। ୨୦୧୯-୨୦ ରାଜସ୍ବ ବର୍ଷ ପାଇଁ ଖଜଣା ଆଦାୟ ସରିଥିବାରୁ ଚାଷ ଜମିକୁ ଜଳ ଯୋଗାଇ ଦେବାକୁ ଦାବି କରାଯାଇଥିଲା। ଭାଗିରଥୀ ସୋରେନ, ବିରାମ ମୁର୍ମୁ, ଲକ୍ଷ୍ମୀଧର ମୁର୍ମୁ, ବାଇଧର ବାସ୍କେ, ମୁନ୍ନା ସୋରେନ, ରମେଶ ମୁର୍ମୁ, ଶ୍ରୀମତ ମାର୍ଣ୍ଣି, ଦୀନବନ୍ଧୁ ମୁର୍ମୁ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?