ରାଜସ୍ବ ସମୀକ୍ଷା ବୈଠକ: ୨୩ରୁ ଚୋରା ବାଲି ଚାଲାଣ ରୋକିବାକୁ ଭିଡିଓଗ୍ରାଫି

ଛତ୍ରପୁର,୨୨ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ବିଭିନ୍ନ ସମୟରେ ଲିଜ୍‌ ଦିଆଯାଇଥିବା ବାଲି ଘାଟରୁ ଅଧିକ ପରିମାଣ ବାଲି ଉଠାଣ ହେଉଛି ା ଏପରିକି ଚୋରା ଭାବେ ଉତ୍ତୋଳନ କରାଯାଇ ଚାଲାଣ ହେଉଛି। ଏହାକୁ ଜିଲାପାଳ ଗୁରୁତ୍ୱର ସହ ନେଇଛନ୍ତିି ା ଏଣିକି ପ୍ରତି ଲିଜ୍‌ ବାଲି ଘାଟରେ ପ୍ରଶାସନ ପକ୍ଷରୁ ଭିଡିଓ ଚିତ୍ର ଉତ୍ତୋଳନ କରିବାକୁ ବୈଠକରେ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଦୈନିକ କେତେ ବାଲି ଉଠା ହେଉଛି ଏବଂ କେତୋଟି ଗାଡିରେ ନିଆଯାଉଛି ସେ ସମ୍ପର୍କରେ ଏହି ଭିଡିଓ ଫୁଟେଜ୍‌ରୁ ଜଣାପଡିବ ବୋଲି ସୂଚନା ଦିଆଯାଇଛି। ସୋମବାରରୁ ଏହା ଆରମ୍ଭ ହେବ ା ବିଭିନ୍ନ ତହସିଲ ଓ ସ୍ଥାନୀୟ ଥାନା ପୋଲିସ ପକ୍ଷରୁ ବାଲି ଓ ପଥର ଚୋରା ଏବଂ ବେଆଇନ୍‌ ଭାବେ ଚାଲାଣ ହେଉଥିବା ବେଳେ ଗାଡି ଧରାଯାଇ ଜରିମାନା ଆଦାୟ ପରେ ଛାଡି ଦିଆଯାଉଛି। ମାତ୍ର ଏଣିକି ଚୋରା ଚାଲାଣ ହେଉଥିବା ଗାଡି ଧରିବା ପରେ ଏ ସମ୍ପର୍କରେ ଆରଟିଓଙ୍କୁ ତହସିଲଦାରମାନେ ଜଣାଇବେ ା ଉକ୍ତ ଗାଡିର ପଞ୍ଜୀକରଣ ଓ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ତହସିଲ ଗୁଡିକରେ ୩୦ ପ୍ରତିଶତରୁ ଊର୍ଦ୍ଧ୍ୱ ମ୍ୟୁଟେଶନ କେସ୍‌ ଫଇସଲା ନ ହୋଇ ପେଣ୍ଡିଂ ରହିବ ଉକ୍ତ ତହସିଲକୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହେବ। କଣ ପାଇଁ ପେଣ୍ଡିଂ ରହିଛି ସେ ସମ୍ପର୍କରେ ତହସିଲଦାର ଜଣାଇବେ ା ଯେଉଁ ତହସିଲର କର୍ମଚାରୀ କାମ ନ କରି ଠକୁଛନ୍ତି ସେମାନଙ୍କର ତାଲିକା ତହସିଲଦାରମାନେ ଦେବାକୁ ବୈଠକରେ ଜିଲାପାଳ କହିଛନ୍ତିି ା ବିଭିନ୍ନ ସ୍କୁଲ, ଛତୁଆ ୟୁନିଟ୍‌, ଆରଆଇ ଅଫିସ ଓ ହସ୍ପିଟାଲଗୁଡିକୁ ତହସିଲଦାରମାନେ ଅଚାନକ ଯାଞ୍ଚ କରି ରିପୋର୍ଟ ଦେବାକୁ କୁହାଯାଇଛି ା ବୈଠକରେ ଅତିିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ସମେତ ତହସିଲଦାରମାନେ ଯୋଗ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?