Posted inଜାତୀୟ

ରାଜୀବ କୁମାରଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କଲା ସିବିଆଇ

ନୂଆଦିଲ୍ଲୀ, ୨୬।୫: ଶାରଦା ଚିଟଫଣ୍ଡ ଘୋଟାଲାର ତଦନ୍ତ ଅଧିକାରୀ ତଥା କୋଲକାତାର ପୂର୍ବତନ ପୋଲିସ କମିଶନର ତଥା ରାଜୀବ କୁମାରଙ୍କ ନାମରେ ଲୁକ ଆଉଟ ନୋଟିସ ଜାରି କରିଛି ସିବିଆଇ। ତାଙ୍କ ଗିରଫଦାରୀ ଉପରେ ରହିତାଦେଶର ଅବଧି ବଢ଼ାଇବାକୁ ସୁପ୍ରିମକୋର୍ଟ ମନା କରିବା ପରେ ସିବିଆଇ ଏହି ନୋଟିସ ଜାରି କରିଛି। ଏ ନେଇ ସମସ୍ତ ବିମାନବନ୍ଦର ଏବଂ ବନ୍ଦରକୁ ସୂଚନା ଦେଇଛି ସିବିଆଇ। ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି ହେବା ପରେ ଏବେ ଯେକୌଣସି ମୂହୁର୍ତ୍ତରେ ଗିରଫ କରିପାରେ ପୋଲିସ। ସୁପ୍ରିମକୋର୍ଟ ମେ ୧୭ ତାରିଖ ଦିନ ରାଜୀବ କୁମାରଙ୍କୁ ଗିରଫ କରିବା ବିରୋଧରେ ଦେଇଥିବା ଅନ୍ତରୀଣ ଆଦେଶକୁ ପ୍ରତ୍ୟାହାର କରି ନେଇଥିଲେ। ଏଥିସହ ଗିରଫଦାରୀରୁ ବର୍ତ୍ତିବା ପାଇଁ ୨୪ତାରିଖ ସୁଦ୍ଧା ହାଇକୋର୍ଟରୁ ଆଗୁଆ ଜାମିନ ଆଣିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଥିଲେ। ତେବେ କୋଲକାତା ହାଇକୋର୍ଟରେ ଆଇନଜୀବୀମାନେ ଆନ୍ଦୋଳନ ଚଳାଇଥିବାରୁ ସେଠାରେ ନ୍ୟାୟ ପ୍ରକ୍ରିୟା ଅଚଳ ରହିଛି। ତେଣୁ ସୁପ୍ରିମକୋର୍ଟରେ ତାଙ୍କର ଗିରଫ ସଂରକ୍ଷଣ ଅବଧି ବଢ଼ାଇବା ପାଇଁ ରାଜୀବ କୁମାର ଆବେଦନ କରିଥିଲେ। ହେଲେ ସୁପ୍ରିମକୋର୍ଟ ରାଜୀବ କୁମାରଙ୍କ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି।
ସୂଚନାଯୋଗ୍ୟ,ଶାରଦା ଓ ରୋଜଭ୍ୟାଲି ଚିଟଫଣ୍ଡ ଯାଞ୍ଚକୁ ଠିକ ଭାବେ କରିନଥିବା ନେଇ ରାଜୀବ କୁମାରଙ୍କ ବିରୋଧରେ ଅଭିଯୋଗ ରହିଥିଲା। ଏପରିକି ଚିଟଫଣ୍ଡ ଅଭିଯୁକ୍ତଙ୍କୁ ସୁରକ୍ଷା ଦେବାକୁ ପ୍ରମାଣ ନଷ୍ଟ କରିଥିବାର ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri