ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏହି ସମାରୋହରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ବିଜୁ ପଟ୍ଟନାୟକ ପୋଲିସ ଏକାଡ଼େମୀ ଅଧ୍ୟକ୍ଷ ଅରୁଣ ଷଡଙ୍ଗୀ, ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓ ଏବଂ ଅତିଥି ଭାବେ ଜିଲାପାଳ ଅରିନ୍ଦମ ଡାକୁଆ ମଞ୍ଚାସୀନ ହୋଇଥିଲେ। ଏହି ସମାରୋହରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର, କ୍ରୀଡା ବିସ୍ମୟ ପ୍ରଣୀତ ମିଶ୍ର, କଲେଜର ପୁରାତନ ଛାତ୍ର ତଥା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ବିଜୁ ପଟ୍ଟନାୟକ ପୋଲିସ ଏକାଡ଼େମୀ ଅଧ୍ୟକ୍ଷ ଅରୁଣ ଷଡ଼ଙ୍ଗୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିଥିଲେ। ଆଲୁମ୍‌ନି ଆସୋସିଶନ ସଭାପତି ଲଳିତ କୁମାର ନାୟକ ସ୍ବାଗତ ଭାଷଣ ଦେଇଥିଲେ ଓ ସମ୍ପାଦକ ଅରବିନ୍ଦ ଦାସ ସଭା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି

ଭଦ୍ରକ ଅଫିସ, ୩।୧୦- ବିଏସ୍‌ଏନ୍‌ଏଲ୍‌ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ...

ଲଘୁଚାପ ସତ୍ତ୍ୱେ ୧୧ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୨ା୭(ବ୍ୟୁରୋ):ମୌସୁମୀ ସକ୍ରିୟ ହେବାପରେ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ହେଲେ ସେହି ପରିମାଣର ବର୍ଷା ହେଉନି।...

କାଲି ପୁରୀରେ ଏୟାର୍‌ ଶୋ

ପୁରୀ ଅଫିସ, ୧୬।୯: ପୁରୀରେ ଶନିବାର ଏୟାର୍‌ ଶୋ ହେବ। ୧୦ଟା ୨୦ ରୁ ୧୧ ଟା ପର୍ଯ୍ୟନ୍ତ ଏହି ଶୋ କରାଯିବ। ଆସନ୍ତା ୧୮...

ବିପନ୍ନଙ୍କୁ ଦେଲେନି, ପୋତିଲେ ଶହେ ବସ୍ତା ଚୁଡ଼ା

ବ୍ରହ୍ମଗିରି,୨୭ା୬(ଡି.ଏନ.ଏ): ବାତ୍ୟା ଫନୀରେ ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିପନ୍ନମାନଙ୍କୁ ସହାୟତାର ହାତ ବଢାଇଥିଲେ ବିଭିନ୍ନ ଅନୁଷ୍ଠାନ ଓ ସରକାରୀ ସଂସ୍ଥା।...

ଅଧାରୁ ପାଠ ଛାଡ଼ିଲେ ୧୬୯ ଛାତ୍ରୀଛାତ୍ର

ଚମ୍ପୁଆ,୯।୮(ଡି.ଏନ.ଏ.)- ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଲାଗି ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଅନେକ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡୁଛନ୍ତି। ଦୀର୍ଘଦିନ ହେଲା ବିଦ୍ୟାଳୟକୁ ଆସୁନାହାନ୍ତି।...

ଗିରଫ ବିସ୍ଥାପିତଙ୍କୁ ବିନା ସର୍ତ୍ତରେ ଖଲାସ କରାଯାଉ

ବ୍ରହ୍ମପୁର ଅଫିସ,୧ା୮-ଟାଟା କମ୍ପାନୀ ଅଭିଯୋଗରେ ପୋଲିସ ଗିରଫ କରି ବିଚାର ବିଭାଗ ହାଜତକୁ ପଠାଇଥିବା ବିସ୍ଥାପିତ ପରିବାରର ୭୮ ଜଣଙ୍କୁ ଅବିଳମ୍ବେ ବିନା ସର୍ତ୍ତରେ ଖଲାସ...

ପୁଞ୍ଜିଲାଲଙ୍କ ଅଡୁଆ ବଢ଼ିଲା

କଟକ ଅଫିସ,୧୮ା୧: ବଲାଙ୍ଗୀର ଜିଲା ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଇଁ ଅଡୁଆ ବଢିଛି। ପୁଞ୍ଜିଲାଲଙ୍କ ଜାମିନ ପାଇଁ ତାଙ୍କ...

୬ରେ ଗଜପତି ବନ୍ଦ ଡାକରା

ପାରଳାଖେମୁଣ୍ଡି,୪।୧୧(ଡି.ଏନ୍‌.ଏ.): ଆସନ୍ତା ୬ ତାରିଖ  ଗଜପତି ଜିଲା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟ ଭାଜପାର ଆହ୍ବାନ କ୍ରମେ ୧୨ ଘଣ୍ଟିଆ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି।...

Advertisement
Archives

Model This Week