ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ସହ ଯୋଗାଯୋଗ କର

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା (କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ହେବ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ବସ୍‌, ଟ୍ରେନ ଚଳାଚଳ ବନ୍ଦ ଥିବାରୁ ଅନେକ ଶ୍ରମିକ ପିଲାଛୁଆଙ୍କୁ ଧରି ଭୋକ ଉପବାସରେ ମାଇଲ ମାଇଲ ଦୂର ରାଜପଥ ଓ ଟ୍ରେନ ଲାଇନ ଉପରେ ଚାଲି ଚାଲି ଯାଉଛନ୍ତି। ଟ୍ରେନ ଲାଇନରେ ଯାଉଥିବା ବେଳେ ଟ୍ରେନ ଧକ୍କାରେ କେତେକ ଶ୍ରମିକଙ୍କର ପ୍ରାଣ ହାନୀ ମଧ୍ୟ ହୋଇଛି। କୌଣସି ସୁବିଧା ନ ଥିବାରୁ ଶ୍ରମିକମାନେ ନିଜ ପେଟରୁ କାଟି ବସଭଡା ଦେଇ ଆସୁଛନ୍ତି। ଏ ନେଇ କେନ୍ଦ୍ର ସରକାର ଉଦ୍‌ବେଗ ପ୍ରକାଶ କରିବା ସହ ସେହି ଶ୍ରମିକମାନେ ଯେପରି ଚାଲି ଚାଲି ନ ଯିବେ ସେଥିପାଇଁ କେନ୍ଦ୍ର ସରକାର ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବା ଆରମ୍ଭ କରିଛନ୍ତି। ସେହି ଟ୍ରେନ୍‌ଗୁଡିକୁ ରାଜ୍ୟକୁ ଯିବା ଲାଗି ଅନୁମତି ଦେବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ସୋମବାର ମନ୍ତ୍ରଣାଳୟ ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଚିଠି ଲେଖିଛନ୍ତି। ଯଦି କାୈଣସି ଶ୍ରମିକ ରେଳ ଧାରଣା କିମ୍ବା ରାସ୍ତାରେ ଚାଲି ଚାଲ ିଯାଉଥିବା ନଜର ଆସିବ ସେମାନଙ୍କୁ ବୁଝାଶୁଝା କରି ନିକଟରେ ଥିବା ଅସ୍ଥାୟୀ ଆଶ୍ରୟ ସ୍ଥଳକୁ ନେଇ ଖାଦ୍ୟ ପାନୀୟ ବ୍ୟବସ୍ଥା କରିବାକୁ କୁହାଯାଇଛି। ଶ୍ରମିକ ସ୍ପେଶାଲ ଟ୍ରେନ କିମ୍ବା ବସ୍‌ରେ ସେମାନଙ୍କ ଘରକୁ ଯିବାକୁ ଅନୁମତି ଦେବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବହୁ ସଂଖ୍ୟାରେ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ରେଳ ବିଭାଗ ସହିତ ସମନ୍ବୟ ରକ୍ଷା କରିବା ଦରକାର। ଏହାଦ୍ୱାର ଅସହାୟ ଅବସ୍ଥାରେ ଥିବା ଶ୍ରମିକମାନେ ସୁବିଧାରେ ନିଜର ଗନ୍ତବ୍ୟସ୍ଥଳକୁ ଯାଇ ପାରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri