Posted inରାଜ୍ୟ

ରାଜ୍ୟକୁ ଫେରିଲେଣି ୧, ୩୩,୨୪୫ ପ୍ରବାସୀ: ଗଞ୍ଜାମ ଜିଲାରେ ସର୍ବାଧିକ ୫୫, ୫୬୭

ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ଦେଶର ବିଭିନ୍ନ ରାଜ୍ୟରେ ଲକ୍ଷଲକ୍ଷ ଓଡ଼ିଆ ଫସି ରହିଛନ୍ତି। କଟକଣା କୋହଳ ହେବାପରଠାରୁ ପ୍ରବାସୀମାନେ ପ୍ରତିଦିନ ଓଡ଼ିଶା ଫେରୁଛନ୍ତି। ଶନିବାର ୧୭ହଜାର ୮୫୫ଜଣ ଓଡ଼ିଆ ଭଉଣୀ ଭାଇ ରାଜ୍ୟକୁ ଫେରି ଆସିଛନ୍ତି। ଏମାନଙ୍କୁ ମିଶାଇ ଇତିମଧ୍ୟରେ ବାହା ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୧ଲକ୍ଷ ୩୩ହଜାର ୨୪୫ଜଣ ଫେରିଲେଣି। ସେମାନେ ବସ୍‌, ଟ୍ରେନ୍‌ ଓ ଅନ୍ୟାନ୍ୟ ଯାନବାହନରେ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ପ୍ରବାସୀ ରାଜ୍ୟର ୫ ଜିଲାକୁ ଯାଇଛନ୍ତି। ଗଞ୍ଜାମ ଜିଲାକୁ ସର୍ବାଧିକ ୫୫ହଜାର ୫୬୭ଜଣ ପ୍ରବାସୀ ଫେରିଛନ୍ତି। ଏହା ତଳକୁ ବାଲେଶ୍ୱରକୁ ୧୧ହଜାର ୩୬୮, କଟକକୁ ୮ହଜାର ୧୯୮, କେନ୍ଦ୍ରାପଡ଼ାକୁ ୭ହଜାର ୪୫୭, ଭଦ୍ରକକୁ ୭ହଜାର ୨୭୩ ପ୍ରବାସୀ ଫେରିଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ପ୍ରବାସୀ ଫେରିଥିବାରୁ ଏହିସବୁ ଜିଲାରେ ସେମାନଙ୍କ ପାଇଁ ବେଡ୍‌ ସଂଖ୍ୟା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଆଉ ଅଧିକ ୫ହଜାର ପର୍ଯ୍ୟନ୍ତ ବେଡ୍‌ ବଢ଼ାଇବା ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ଖୁବ୍‌ଶୀଘ୍ର ଆଉ ୧ ହଜାର ଲେଖାଏ ବେଡ୍‌ ବଢ଼ିବ। ତେବେ ରାଜ୍ୟର ୪୫ପ୍ରତିଶତ ପ୍ରବାସୀ ଗଞ୍ଜାମ ଜିଲାକୁ ଫେରିଛନ୍ତି। ତେଣୁ ସେଠାରେ ଅଧିକ ଗୁରୁତ୍ୱ ଦେବାର ଆବଶ୍ୟକତା ଅଛି। ତେଣୁ ଏହି ଜିଲାର ୪ ସ୍ଥାନରେ ଅତିରିକ୍ତ କରୋନା କେୟାର ସେଣ୍ଟର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?