ରାଜ୍ୟଗୁଡିକ ଲାଗି ଓଭରଡ୍ରାଫ୍ଟ ସମୟ ଅବଧି ବଢିଲା

ନୂଆଦିଲ୍ଲୀ,୮।୪: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ରାଜ୍ୟଗୁଡିକ ଲାଗି ଏକ ସ୍ବତନ୍ତ୍ର ପଦକ୍ଷେପ ଘୋଷଣା କରାଯାଇଛି। ବର୍ତ୍ତମାନର ଲକ୍‌ଡାଉନକୁ ନଜରରେ ରଖି ରାଜ୍ୟଗୁଡିକ ଲାଗି ଓଭରଡ୍ରାଫ୍ଟ ସୁବିଧାକୁ ୨୧ ଦିନକୁ ବଢାଯାଇଛି। ଏହା ଦ୍ୱାରା ରାଜ୍ୟଗୁଡିକୁ ଆଶ୍ୱସ୍ତି ମିଳିଛି। ଏହି ସୁବିଧା ୧୪ ଦିନ ପର୍ଯ୍ୟନ୍ତ ଉପଲବ୍ଧ ହେଉଥିଲା। ଏହାବାଦ ଗୋଟିଏ ତ୍ରୈମାସରେ ମିଳୁଥିବା ଓଭର ଡ୍ରାଫ୍ଟ ସୁବିଧାକୁ ମଧ୍ୟ ବଢାଯାଇଛି। ଏବେ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକ ଗୋଟିଏ ତ୍ରୈମାସ ଲାଗି ୫୦ ଦିନ ପର୍ଯ୍ୟନ୍ତ ଓଭରଡ୍ରାଫ୍ଟ ସୁବିଧା ନେଇ ପାରିବେ। ଏହି ସୀମା ୩୬ ଦିନ ପର୍ଯ୍ୟନ୍ତ ରହିଥିଲା। ଆଗାମୀ ୩୦ ସେପ୍ଟେମ୍ବର ଯାଏ ଏହି ନିୟମ ବଳବତ୍ତର ରହିବ।
କରୋନା ପାଇଁ ଦେଶର ଅଧିକାଂଶ ରାଜ୍ୟ ଏବେ ରାଜସ୍ବ କ୍ଷତି ସାମ୍ନା କରୁଛନ୍ତି। ବଜେଟରେ ଧାର୍ଯ୍ୟ ରାଜସ୍ବ ଲକ୍ଷ୍ୟ ମୁତାବକ ରାଜ୍ୟଗୁଡିକ ରାଜସ୍ବ ସଂଗ୍ରହ କରିବାକୁ ସକ୍ଷମ ହୋଇପାରି ନାହାନ୍ତି। ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ଯାଇଛି। ଏହି କାରଣ ଯୋଗୁ ସରକାରଙ୍କୁ ରାଜସ୍ବ ଠିକ୍‌ ଭାବେ ମିଳୁନାହିଁ। ଏବେ କରୋନା ନିୟନ୍ତ୍ରଣରେ ଆସୁ ନ ଥିବା ଯୋଗୁ ଲକ୍‌ଡାଉନ ଅବଧି ବଢିପାରେ ବୋଲି ଶୁଣାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?