Posted inଖେଳ

ରାଜ୍ୟଗୋଷ୍ଠୀ ଟିଟି: ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ

କଟକ ଅଫିସ,୧୨ା୭-ଆସନ୍ତା ୧୭ରୁ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବାକୁ ଥିବା ଟେବୁଲ ଟେନିସ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୨୧ତମ ସଂସ୍କରଣ ପାଇଁ ଅନଲାଇନ ଟିକେଟ ବିକ୍ରି ଗୁରୁବାର ମଧ୍ୟାହ୍ନରୁ ଆରମ୍ଭ ହୋଇଛି । www.paytm.com, www.insider.in ୱେବସାଇଟରେ ଟିକେଟ ବିକ୍ରି ଚାଲିଛି । ୫୦, ୧୦୦, ୨୦୦ ଓ ୪୦୦ ଟଙ୍କାର ଟିକେଟ ବିକ୍ରି କରାଯାଉଛି । ଧାର୍ଯ୍ୟ ୫୦ ଓ ୧୦୦ ମୂଲ୍ୟର ଟିକେଟ ଗୁଡ଼ିକ ଗୋଟିଏ ଦିନ ନିମନ୍ତେ ସମୟସୀମା ରହିଥିବା ବେଳେ ୨୦୦ ଓ ୪୦୦ ଟଙ୍କା ବିଶିଷ୍ଟ ଟିକେଟ ଦ୍ୱାରା ସମ୍ପୂର୍ଣ୍ଣ ଟୁର୍ନାମେଣ୍ଟ ଦେଖିବାର ସୁଯୋଗ ପାଇ ପାରିବେ ଦର୍ଶକ । ୧୫ ତାରିଖରୁ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମ ପରିସରରେ ବକ୍ସ ଅଫିସ ଖୋଲାଯାଇ ଟିକେଟର ହାର୍ଡକପି ପ୍ରଦାନ କରାଯିବ । ମୋଟ ୫ହଜାର ଟିକେଟ ଅନଲାଇନରେ ଉପଲବ୍ଧ ଅଛି ବୋଲି ରାଜ୍ୟ ସଂଘ ସମ୍ପାଦକ ରବୀନ୍ଦ୍ର କୁମାର ପରିଡ଼ା ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ରଙ୍କ ନିମନ୍ତେ କିଛି କମ୍ପ୍ଲିମେଣ୍ଟାରୀ ଟିକେଟର ବ୍ୟବସ୍ଥା ମଧ୍ୟ ହେବ ବୋଲି ଜଣାପଡ଼ିଛି । ରାଜ୍ୟ କ୍ରୀଡ଼ା ଓ ଯୁବ ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ଯେ, ଏହା ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଅଳ୍ପ ଦିନ ବାକି । ଅନଲାଇନରେ ଟିକେଟ ବିକ୍ରି ଆରମ୍ଭ ହୋଇଥିବା ବେଳେ ଅଧିକରୁ ଅଧିକ ଦର୍ଶକ ଉପସ୍ଥିତ ରହି ଖେଳାଳିଙ୍କୁ ଉତ୍ସାହିତ କରିବେ ବୋଲି ଆଶା ରହିଛି । ରାଜ୍ୟ କ୍ରୀଡ଼ା ବିଭାଗର କମିଶନର ତଥା ସଚିବ ବିଶାଲ କୁମାର ଦେବ କହିଛନ୍ତି, ଅନଲାଇନରେ ଟିକେଟ ବୁକ କରିବା ସହଜ ପ୍ରକ୍ରିୟା ଅଛି । ଲୋକମାନେ ଏହି ଗେମକୁ ଉପଭୋଗ କରିବାକୁ ଅଧିକ ମାତ୍ରାରେ ଆସନ୍ତୁ ବୋଲି ସେ ନିବେଦନ କରିଛନ୍ତି । ପ୍ରତିଯୋଗିତାରେ ୧୬ଟି ଦେଶ ଭାଗ ନେବା ସ୍ପଷ୍ଟ ହୋଇଛି । ଅଷ୍ଟ୍ରେଲିଆ, ବାଲାଂଦେଶ, ସାଇପ୍ରସ, ଇଂଲଣ୍ଡ, ଘାନା, ଗୁଏନା, ଭାରତ, ମାଲେସିଆ, ନାଇଜେରିଆ, ପାକିସ୍ତାନ, ସ୍କଟଲ୍ୟାଣ୍ଡ, ସିଙ୍ଗାପୁର, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା, ଉଗାଣ୍ଡା, ୱେଲସ୍‌ ଓଡ଼ିଶା ଆସୁଛନ୍ତି । ଜର୍ସି ଦଳ ଭିଜା ସମସ୍ୟା ଯୋଗୁଁ ଆସି ପାରୁ ନ ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri