ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବେ ବାଚସ୍ପତି

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌ ବିଧାନ ଭବନରେ ଆସନ୍ତା ୧୮ରେ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ(ଭାରତ ଅଞ୍ଚଳ) ସମ୍ମିଳନୀ ଆୟୋଜିତ ହେବ। ଏହି ସମ୍ମିଳନୀରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେବେ। ଏଥିରେ ଲୋକସେବା ଓ ରାଜ୍ୟ ବିଧାନସଭାକୁ କିପରି ଉପଯୁକ୍ତ ଢଙ୍ଗରେ ପରିଚାଳନା କରାଯାଇପାରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ। ଦେଶର ସମ୍ବିଧାନ ଓ ବିଧାନସଭା ପରିଚାଳନା ନିୟମାବଳୀ ଅନୁଯାୟୀ ଗୃହ ପରିଚାଳନା ଠିକ୍‌ ଭାବେ କରିବା ସକାଶେ ଆବଶ୍ୟକ ପଦକ୍ଷେପ ସମ୍ପର୍କରେ ଆଲୋଚନା ହେବା ସହିତ ସଂସଦୀୟ ନିୟମାବଳୀ ପ୍ରଣୟନ କରାଯିବ। ଏମ୍‌ପି, ବିଧାୟକ ଓ ଗୃହର କର୍ମଚାରୀମାନଙ୍କୁ ଗୃହ ପରିଚାଳନାରେ ସହାୟତା ପ୍ରଦାନ କରିବା, ଉତ୍ତମ ପ୍ରଶାସନ ତଥା ରାଜ୍ୟଗୋଷ୍ଠୀର ମୂଲ୍ୟବୋଧକୁ କାର୍ଯ୍ୟକାରୀ କରିବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ।
ଏଥିସହିତ ବିଧାନସଭା ଓ ଲୋକ ସଭାରେ ସୂଚନା ଓ ପ୍ରଯୁକ୍ତିବିଦ୍ୟାର ବହୁଳ ବ୍ୟବହାର ଏବଂ କମ୍ପ୍ୟୁଟରୀକରଣ ସମ୍ପର୍କରେ ମଧ୍ୟ ବିଚାରବିମର୍ଶ କରାଯିବ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ବାଚସ୍ପତି ଏହା ପୂର୍ବରୁ ଲୋକ ସଭା ବାଚସ୍ପତିଙ୍କ ଦ୍ୱାରା ଗଠିତ ଅନ୍ୟ ଏକ କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଏହି ସମ୍ମିଳନୀକୁ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ, ଉତ୍ତରପ୍ରଦେଶ ଶାଖା ଦ୍ୱାରା ଆୟୋଜନ କରାଯାଉଛି। ୧୯ରେ ପାତ୍ର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ବାଚସ୍ପତିଙ୍କ ନେତୃତ୍ୱରେ ଗଠିତ ପ୍ରତିନିଧି ମଣ୍ଡଳୀରେ ଉପବାଚସ୍ପତି ରଜନୀକାନ୍ତ ସିଂ ଓ ବିଧାନସଭା ସଚିବ ଦାଶରଥି ଶତପଥୀ ମଧ୍ୟ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri