ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍‌ କଲେ ବାଚସ୍ପତି

ଭୁବନେଶ୍ୱର,୪।୬(ବ୍ୟୁରୋ): ଓଡ଼ିଶା ଷୋଡ଼ଶ ବିଧାନସଭାର ନବନିର୍ବାଚିତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଚସ୍ପତି ପାତ୍ର ବିଧାନସଭା କାର୍ଯ୍ୟ ପରିଚାଳନାରେ ରାଜ୍ୟପାଳଙ୍କ ସହଯୋଗ ଓ ମାର୍ଗଦର୍ଶନ କାମନା କରିଥିଲେ। ରାଜ୍ୟପାଳ ପ୍ରଫେସର ଲାଲ୍‌ ପାତ୍ରଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଦୀର୍ଘ ଅଭିଜ୍ଞତା ଓ ଉପଲବ୍ଧି ଗୃହ ପରିଚାଳନାରେ ବେଶ୍‌ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ। ପ୍ରାୟ ୩୦ ମିନିଟ୍‌ ଧରି ଆଲୋଚନାରେ ଉଭୟ ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସଂପର୍କରେ ଭାବବିନିମୟ କରିଥିଲେ। ବିଧାନସଭାର ମର୍ଯ୍ୟାଦା ଓ କ୍ରିୟାଶୀଳତା ସଂପର୍କରେ ଗୁରୁତ୍ୱ ଆରୋପ କରିବାକୁ ରାଜ୍ୟପାଳ ପ୍ରଫେସର ଲାଲ୍‌ ବାଚସ୍ପତିଙ୍କୁ ପରାମର୍ଶ ଦେଇଥିଲେ। ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ ଓ ରାଜଭବନର ବରିଷ୍ଠ ଅଧିକାରୀମାନେ ବାଚସ୍ପତି ପାତ୍ରଙ୍କୁ ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri