ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ଚଳଚଞ୍ଚଳ ଆନନ୍ଦପୁର

ଆନନ୍ଦପୁର,୨୯।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ସହର ବେଶ ତତ୍ପର ହୋଇଉଠିଛି। ଚଳିତ ମାସ ୩୧ ତାରିଖରେ ଆନନ୍ଦପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ୩ ଦିନ ଧରି ଅନୁଷ୍ଠିତ ହେବାକୁଥିବା ଏହି କାର୍ଯ୍ୟକ୍ରମରେ ୨ ତାରିଖ ଉଦ୍‌ଯାପନୀ ଦିବସରେ ରାଜ୍ୟପାଳ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ଥିବାବେଳେ ମୁଖମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ପ୍ରଶାସନିକ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାସ୍ତା କାର୍ଯ୍ୟ, ସୌନ୍ଦର୍ଯ୍ୟକରଣ ପାଇଁ ବ୍ରିଜଛକଠାରେ ଥିବା ଅଧାଗଢ଼ା କାର୍ଯ୍ୟକୁ ସମ୍ପୂର୍ଣ୍ଣ , ବୃକ୍ଷରୋପଣ କରାଯାଉଛି। ଆନନ୍ଦପୁର ଷ୍ଟାଡିୟମ ଏବଂ ବିଏନ୍‌ ହାଇସ୍କୁଲ ପଡିଆଠାରେ ୨ଟି ହେଲିପ୍ୟାଡର ବ୍ୟବସ୍ଥା କରାଯାଇଥିବାବେଳେ ସାଧାରଣ ସଭା ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri