ରାଜ୍ୟରୁ ନିଶା ବନ୍ଦ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୩୦ ଗିରଫ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟରେ ନିଶା ବନ୍ଦ ଦାବିରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ତା’ର ଆନ୍ଦୋଳନକୁ ଜୋର୍‌ଦାର କରିଛି। ସଙ୍ଗଠନ ପକ୍ଷରୁ ଲୋୟର ପିଏମ୍‌ଜିଠାରେ ଧାରଣା ଚାଲିଥିବାବେଳେ ଶନିବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ସଭାପତି ପଦ୍ମଚରଣ ନାୟକଙ୍କ ନେତୃତ୍ୱରେ ସଙ୍ଗଠନର ପ୍ରାୟ ଶହେରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ସଦସ୍ୟ ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ନବୀନ ନିବାସ ଆଡ଼କୁ ଯାଉଥିଲେ। ଶିଶୁ ଭବନ ଛକରେ ପୋଲିସ ଅଟକାଇବାରୁ ଉଭୟଙ୍କ ମଧ୍ୟରେ ଠେଲାପେଲା ଓ ଧସ୍ତାଧସ୍ତି ହୋଇଥିଲା। ମହିଳା ଆନ୍ଦୋଳନକାରୀମାନେ ରାସ୍ତାରେ ଶୋଇଯାଇଥିଲେ। ଏହାକୁ ନେଇ ସେଠାରେ ବହୁ ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିବାବେଳେ ପୋଲିସ ୩୦ ଆନ୍ଦୋଳନକାରୀଙ୍କୁ ଗିରଫ କରିବା ସହ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ସନ୍ଧ୍ୟାରେ ସେମାନଙ୍କୁ ଛାଡ଼ି ଦେଇଥିବା ଜଣାପଡିଛି।

ସଂଗଠନ ସଭାପତି ପଦ୍ମଚରଣ କହିଛନ୍ତି, ସ୍ବର୍ଗତ ନବକୃଷ୍ଣ ଚୌଧୁରୀ ମୁଖ୍ୟମନ୍ତ୍ରୀ ଥିବା ସମୟରେ ଓଡିଶାରେ ନିଶା ନିବାରଣ ଆଇନ ପାରିତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ କୌଣସି ସରକାର ଏ ଦିଗରେ ଆନ୍ତରିକତା ଦେଖାଉନାହାନ୍ତି। କିନ୍ତୁ ବର୍ତ୍ତମାନର ସରକାର ଏହି ଆଇନକୁ ଓଲଟାଇ ଦେଇଛନ୍ତି। ସରକାର ମଦ ବନ୍ଦ କରିବା ବଦଳରେ ଅଧିକ ରାଜସ୍ବ ଲାଗି ଏହି ବ୍ୟବସାୟକୁ ବଢ଼ାଇବା ପାଇଁ ପୁରସ୍କାର ଘୋଷଣା କରିଛନ୍ତି। ଫଳରେ ନାବାଳକଙ୍କଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ପରିବାର ଓ ଗାଁରେ ନାନା ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ବହୁ ପରିବାର ଉଜୁଡି ଯାଇଥିବାବେଳେ ଛୋଟ ଛୋଟ ପିଲାଙ୍କ ଭବିଷ୍ୟତ ମଧ୍ୟ ବାଟବଣା ହୋଇଛି। ଏଥିଯୋଗୁ ବହୁ ଅପରାଧ ବଢ଼ୁଛି। ଅନେକ ଜୀବନ ଯାଉଛି। ତେଣୁ ତୁରନ୍ତ ନିଶା ନିବାରଣ ଆଇନ କାର୍ଯ୍ୟକାରୀ ହେଉ ବୋଲି ସେ ଦାବି କରିଛନ୍ତି। ନଚେତ ଆଗକୁ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ଏହି ବିକ୍ଷୋଭରେ ସଂଗଠନର କାହ୍ନୁଚରଣ ବେହୁରା, ଡ.ବିଜୟ ସ୍ବାଇଁ, ରମାକାନ୍ତ ମଣ୍ଡଳ, ଖଗେଶ୍ୱର ବଳ, ବାଣୀ ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri