ରାଜ୍ୟରେ ଆଉ ନିର୍ମାଣ ହେବ ୪ ପ୍ଲାନେଟାରିୟମ,ଖର୍ଚ୍ଚ ହେବ ୩୦ କୋଟି

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟର ୩୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ଏହି ପାର୍କ ନିର୍ମାଣ କରାଯିବ। ଏଥିସହ ୪ଟି ସ୍ଥାନରେ ନୂତନ ପ୍ଲାନେଟାରିୟମ ନିର୍ମାଣ କରାଯିବ। ସେଗୁଡ଼ିକ ହେଲେ ବାରିପଦା, କେନ୍ଦୁଝର, ରାୟଗଡ଼ା ଓ ଗୋପାଳପୁର। ବାରିପଦା, କେନ୍ଦୁଝର ଓ ରାୟଗଡ଼ା ପାଇଁ ୭ କୋଟି ଲେଖାଏ ବ୍ୟୟ ବରାଦ କରାଯାଇଥିବା ବେଳେ ଗୋପାଳପୁର ପାଇଁ ୯ କୋଟି ଟଙ୍କା ଚଳିତ ବଜେଟରେ ଖର୍ଚ୍ଚ ବ୍ୟବସ୍ଥା କରାଯାଇଛି। ଏହି ୪ଟି ନୂତନ ପ୍ଲାନେଟାରିୟମ ପାଇଁ ମୋଟ ୩୦କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର ପ୍ରଶ୍ନୋତ୍ତର ବେଳେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତ।
ବିଜେଡି ସଭ୍ୟ ସୁଧୀର ସାମଲ ମୂଳ ପ୍ରଶ୍ନରେ କହିଥିଲେ ଯେ, ପ୍ରତ୍ୟେକ ଜିଲାରେ ପ୍ଲାନେଟାରିୟମ ପାଇଁ ସରକାରଙ୍କ ଯୋଜନା ଅଛି କି। ମନ୍ତ୍ରୀ କହିଥିଲେ, ଓଡ଼ିଶାରେ ୨ଟି ପ୍ଲାନେଟୋରିୟମ କାର୍ଯ୍ୟକ୍ଷମ ଅଛି। ଅନ୍ୟ ୪ଟି ସ୍ଥାନରେ ନୂତନ ପ୍ଲାନେଟାରିୟମ ପାଇଁ ବ୍ୟୟ ବରାଦ କରାଯାଇଛି। ସମସ୍ତ ଜିଲାରେ ପ୍ଲାନେଟାରିୟମ କରିବା ଲାଗି ବର୍ତ୍ତମାନ ସୁଦ୍ଧା କୌଣସି ପ୍ରସ୍ତାବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…

କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri