ରାଜ୍ୟରେ ଆଉ ୪ ବିମାନବନ୍ଦର ହେବ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଝାରସୁଗୁଡା ସମେତ ଜୟପୁର, ଉତ୍‌କେଲା ଏବଂ ରାଉରକେଲାରେ ବିମାନବନ୍ଦର ନିର୍ମାଣ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ୧୯ଟି ଏୟାର ଷ୍ଟ୍ରିପର ଉନ୍ନତୀକରଣ କରାଯିବ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଏହି ସୂଚନା ଦେଇଛନ୍ତି। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି ମୂଳ ପ୍ରଶ୍ନରେ ଜୟପୁର ବିମାନବନ୍ଦର ଆଧୁନିକୀକରଣ ପାଇଁ ପ୍ରସ୍ତାବ ଅଛି କି? କେଉଁ ଘରୋଇ ସଂସ୍ଥା ଏହି ବିମାନ ବନ୍ଦରରୁ ଉଡାଣ ଓ ଅବତରଣ ପାଇଁ ଆବେଦନ କରିଛନ୍ତି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ ଯେ, ଜୟପୁର ବିମାନ ବନ୍ଦର ଆଧୁନିକୀକରଣ କରାଯିବ। ଏହି ବିମାନବନ୍ଦରରୁ ପ୍ରତ୍ୟେକ ଦିନ ଉଡାଣ ପାଇଁ ଆରସିଏସ-ଉଡାନ ଯୋଜନାରେ ପ୍ରସ୍ତାବ ଅଛି। ଏହି ବିମାନବନ୍ଦର ଉଡାନ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛି। ଏଠାରୁ ଉଡାଣ ପାଇଁ କେନ୍ଦ୍ରୀୟ ସ୍ତରରେ ନିଲାମ ଡକାଯାଇଛି। ନିଲାମ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ। ଏହା ସମ୍ପୂର୍ଣ୍ଣ ହେଲେ ଚୟନ ସଂସ୍ଥାକୁ ଉଡାଣ ପାଇଁ ଅନୁମତି ଦିଆଯିବ। ବିଜେଡି ସଭ୍ୟ ଲତିକା ପ୍ରଧାନ, ଦେବି ପ୍ରସାଦ ମିଶ୍ର ରଙ୍ଗେଇ ଲୁଣ୍ଡା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଉଡାନ ଯୋଜନାରେ କି ପଦକ୍ଷେପ ନିଆଯାଇଛି। ରାଜ୍ୟର କେଉଁ ଏୟାରଷ୍ଟ୍ରିପର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସି ନିଷ୍ପତ୍ତି ହୋଇଛି? ମନ୍ତ୍ରୀ କହିଲେ କେନ୍ଦ୍ର ସରକାର ୪ଟି ଏୟାର ପୋର୍ଟର ଉନ୍ନତୀକରଣ ପାଇଁ ଦାୟିତ୍ୱ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri