ରାଜ୍ୟରେ ଆବାସ ବଣ୍ଟନରେ ଅନିୟମିତତା: କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଫେରାଦ ହେବ ଭାଜପା

ଭୁବନେଶ୍ୱର,୫।୩(ବ୍ୟୁରୋ): ଓଡ଼ିଶାରେ ଆବାସ ବଣ୍ଟନରେ ଅନିୟମିତତା ଦେଖାଦେଇଛି। ଏନେଇ ଭାଜପା କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ନିକଟରେ ଫେରାଦ ହେବ ବୋଲି ଗୁରୁବାର ଦଳ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ସାଧାରଣ ସମ୍ପାଦକ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ପୃଥି୍ବିରାଜ କହିଛନ୍ତି, ବର୍ତ୍ତମାନସୁଦ୍ଧା ହିତାଧିକାରୀଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ ସରିନାହିଁ। ରାଜ୍ୟ ସରକାର ବ୍ଲକରେ ତାଲିକା ମାରି ନାହାନ୍ତି, ଅଭିଯୋଗ ଗ୍ରହଣ ଚାଲିଛି। ହେଲେ କେଉଁ ଆଧାରରେ ସରକାର ୨୦ଲକ୍ଷ ଲୋକଙ୍କୁ ଯୋଗ୍ୟ ହିତାଧିକାରୀ ଦର୍ଶାଇଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଅପରପକ୍ଷେ ସରକାର ଆଉ ୫ରୁ ୬ ଲକ୍ଷ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଦେବାକୁ ଯୋଜନା କରିଛନ୍ତି। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିବା ବେଳେ ଦଳୀୟ ନେତା ବାଣ୍ଟୁଛନ୍ତି। ପ୍ରମାଣ ପାଇଁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀର ତଥ୍ୟ ଦିଆଯାଇଛି। ଏ ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଭାଜପା ଫେରାଦ ହେବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ବିଜୁଙ୍କ ଜନ୍ମଦିବସ ଉପଲକ୍ଷେ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ ପ୍ରଦାନ କରାଯିବ। ସେହିଭଳି ସହରାଞ୍ଚଳରେ ରହୁଥିବା ବସ୍ତି ବାସିନ୍ଦାଙ୍କୁ ‘ଜାଗା ମିଶନ’ ମାଧ୍ୟମରେ ଭୂମି ଅଧିକାର ଯୋଗ୍ୟତା ପ୍ରମାଣପତ୍ର ବଣ୍ଟାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri