ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ, କୋରାପୁଟ, ଦେଓଗଡ଼, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ, ବରଗଡ଼, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା, ଗଜପତି ଓ ସୁନ୍ଦରଗଡ଼ ଜିଲାରେ କରାଯିବ। ଏଥିପାଇଁ ସର୍ଭେ କାର୍ଯ୍ୟ ଶେଷ ହୋଇଛି। ଏ ସମସ୍ତ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପରୁ ରାଜ୍ୟକୁ ୩୪୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଶକ୍ତି ମିଳିପାରିବ। ସେଥିରୁ ଏ ପର୍ଯ୍ୟନ୍ତ ୩ଟି ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ୫୭ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ କରାଯାଉଥିବା ବେଳେ ୬୬ ମେଗାଓ୍ବାଟ୍‌ ଶକ୍ତି ଉତ୍ପାଦନ ପାଇଁ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ସର୍ଭେ କରାଯାଇଥିବା ସମୁଦାୟ ପ୍ରକଳ୍ପରୁ ଏ ପର୍ଯ୍ୟନ୍ତ ୩୩ ପ୍ରତିଶତ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପରୁ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ କରାଯାଇ ପାରିଛି। ଅନ୍ୟ କେତେକ ପ୍ରକଳ୍ପ କାର୍ଯ୍ୟ ଜଙ୍ଗଲ ଓ ପରିବେଶ ମଞ୍ଜୁରୀ ମିଳି ନ ଥିବାରୁ ଆରମ୍ଭ ହୋଇ ପାରି ନାହିଁ। ଶୁକ୍ରବାର ବିଧାନସଭା ପ୍ରଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ମୂଳ ପ୍ରଶ୍ନକର୍ତ୍ତା କଂଗ୍ରେସ ସଦସ୍ୟ ତାରାପ୍ରସାଦ ବାହିନୀପତି ରାଜ୍ୟରେ କେଉଁ ନଦୀ ଓ ଝରଣାରୁ କ୍ଷୁଦ୍ର ଜଳ ବିଦ୍ୟୁତ୍‌ କେନ୍ଦ୍ର ସ୍ଥାପନ ପାଇଁ ସର୍ଭେ ହୋଇଛି, ସେଗୁଡ଼ିକ ମଧ୍ୟରେ କୋରାପୁଟ ଜିଲାର କେଉଁ ସ୍ଥାନ ଅନ୍ତର୍ଭୁକ୍ତ। ଏହି ପ୍ରକଳ୍ପ କରିବା ପାଇଁ ଘରୋଇ ଉଦ୍ୟୋଗକୁ ସାମିଲ କରାଯାଊଛି କି? ଏଥିପାଇଁ ସରକାର କି ପ୍ରୋତ୍ସାହନ ଦେଉଛନ୍ତି। ବିଜେଡି ସଭ୍ୟ ରଘୁରାମ ପଡ଼ାଲ କୋରାପୁଟର ମୀନାକ୍ଷୀ ପ୍ରୋଜେକ୍ଟ ବିଳମ୍ବ ହେଉଥିବା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଜେଡି ସଭ୍ୟ ଭାଗୀରଥି ସେଠୀ, କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ କହିଥିଲେ ଯେ, ରାଜ୍ୟରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପାଇଁ ସରକାର କି ବ୍ୟବସ୍ଥା କରିଛନ୍ତି। କଂଗ୍ରେସ ଶସନ ବେଳେ ବିଦ୍ୟୁତ୍‌ କ୍ଷେତ୍ରରେ ଓଡ଼ିଶା ବଳକା ରାଜ୍ୟ ଥିଲା। ଫନୀରେ ବହୁ କ୍ଷୟକ୍ଷତି ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଲୋକଙ୍କୁ ବିଦ୍ୟୁତ୍‌ ମିଳିପାରି ନାହିଁ। ତାରା ପୁଣି ଅତିରିକ୍ତ ପ୍ରଶ୍ନରେ କହିଥିଲେ ଯେ, ୨୦୦୨-୦୩ରେ ମୀନାକ୍ଷୀ ପ୍ରୋଜେକ୍ଟ ଆରମ୍ଭ ହେଲା। ଏଥିପାଇଁ ହଜାର ହଜାର ଗଛ କାଟି ଦିଆଗଲା। ଓ୍ବାଟର ଫଲ ନଷ୍ଟ ହେଲା। ଏ ପର୍ଯ୍ୟନ୍ତ ଏହି ପ୍ରକଳ୍ପ କାହିଁକି କାର୍ଯ୍ୟକାରୀ ହୋଇ ନାହିଁ। ସେହିପରି ତେଲିଙ୍ଗିରି, ଜଲାପୁଟ, ମାଛକୁଣ୍ଡ ଆଦି କେତେକ ସ୍ଥାନରେ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ହେବ ବୋଲି ମୁଁ ପିଲାବେଳୁ ଶୁଣିଆସୁଛି। ବୁଢ଼ା ହେବାକୁ ବସିଲୁଣି, ତଥାପି ପ୍ରକଳ୍ପ କାମ ସରୁନାହିଁ। କେତେଦିନ ଭିତରେ ପ୍ରକଳ୍ପ କାମ ଶେଷ ହେବ ବୋଲି ସେ ମନ୍ତ୍ରୀଙ୍କଠାରୁ ଜବାବ ମାଗିଥିଲେ। ମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ୮୭ଟି ସ୍ଥାନରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିବା ବେଳେ କୋରାପୁଟ ଜିଲାରୁ ୧୭ଟି ଜାଗାରେ ପ୍ରକଳ୍ପ କରିବା ପାଇଁ ସ୍ଥାନ ଚିହ୍ନଟ କରାଯାଇଛି। ପୂର୍ବରୁ ଫାଷ୍ଟ କମ୍‌ ଫାଷ୍ଟ ସର୍ଭିସ୍‌ ନ୍ୟାୟରେ ପ୍ରକଳ୍ପ କରିବାକୁ ଅନୁମତି ମିଳୁଥିଲା। ୨୦୧୬ରେ ରାଜ୍ୟରେ ନୂତନ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଓଡ଼ିଶା ଅଣ ପାରମ୍ପରିକ ଶକ୍ତି ନୀତି -୨୦୧୬ କାର୍ଯ୍ୟକାରୀ କରିଛନ୍ତି। ଏହି ନୀତି ଅନୁସାରେ ଘରୋଇ ସଂସ୍ଥାଗୁଡିକୁ ଟେଣ୍ଡର ଜରିଆରେ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଅନୁମତି ଦିଆଯାଉଛି। ଏହି ନୀତି ଅନୁଯାୟୀ ଉଦ୍ୟୋଗୀମାନଙ୍କୁ ଜମି ଅଧିଗ୍ରହଣ, ଟିକସ ରିହାତି, ବିଦ୍ୟୁତ୍‌ ଶକ୍ତି ବିକ୍ରି ଆଦି ପ୍ରୋତ୍ସାହନ ଦିଆଯାଉଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri