ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧିପାଉଛି : ମନ୍ତ୍ରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ଓଡ଼ିଶା ଗତ ୧୦୦ ବର୍ଷରେ ଛୋଟବଡ଼ ୧୩୫ଥର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଛି। ଗତ ୨୦ବର୍ଷ ମଧ୍ୟରେ ରାଜ୍ୟ ୩୨ଥର ବନ୍ୟା, ବାତ୍ୟା, ମରୁଡ଼ି ଏବଂ ରୋଗପୋକ ଆକ୍ରମଣର ଶିକାର ହୋଇଛି। ତେବେ ରାଜ୍ୟ ସରକାରଙ୍କ ଦ୍ୱାରା ସମୟୋଚିତ ପଦକ୍ଷେପ ଏବଂ କୃଷକଙ୍କ କଠିନ ପରିଶ୍ରମ ଫଳରେ ରାଜ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ମେଳା-୨୦୨୦କୁ ଉଦ୍‌ଘାଟନ କରି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଏହା କହିଛନ୍ତି।

ସେ କହିଲେ, ଧାନ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟରେ ପରିଣତ ହୋଇଥିବାବେଳେ ଡାଲି, ତୈଳବୀଜ ଓ ପନିପରିବା ଆଦିର ଉତ୍ପାଦନ ବୃଦ୍ଧି ପାଇଛି। ଓୟୁଏଟି ବୈଜ୍ଞାନିକଙ୍କ ଗବେଷଣାଲବ୍ଧ ଜ୍ଞାନକୌଶଳକୁ ଉପଯୋଗ କରି କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କ ଆୟ ବୃଦ୍ଧି କରାଯାଇପାରିବ। ସାମ୍ପ୍ରତିକ ସମୟରେ ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷି କୌଶଳର ବିକାଶ କରାଯିବା ଆବଶ୍ୟକ। ରାଜ୍ୟ ସରକାର ଓୟୁଏଟିର ସାମଗ୍ରିକ ଉନ୍ନତି ନିମନ୍ତେ ପଦକ୍ଷେପ ଗ୍ରହଣ କରିଥିବାବେଳେ ଏହାକୁ ଏକ ଉତ୍କର୍ଷ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ମନ୍ତ୍ରୀ ଆହ୍ବାନ ଦେଇଥିଲେ। ଏହି ଅବସରରେ ମନ୍ତ୍ରୀ ବିକଶିତ ଜ୍ଞାନକୌଶଳକୁ ଚାଷୀଙ୍କ ନିକଟରେ ସୁଲଭ ମୂଲ୍ୟରେ ଓ ଠିକଣା ସମୟରେ ପହଞ୍ଚାଇବା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ‘କଳିଙ୍ଗ ବ୍ରାଣ୍ଡ’ର ଶୁଭ ଉଦ୍‌ଘାଟନ କରିଥିଲେ। ଏଥିସହିତ ବହୁ ପୁସ୍ତକ ଓ ପତ୍ରପତ୍ରିକାକୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ।

ଉତ୍ସବରେ ବିଶ୍ୱବିଦ୍ୟାଳୟ କୁଳପତି ଡ. ପବନ କୁମାର ଅଗ୍ରୱାଲ ଅଧ୍ୟକ୍ଷତା କରି କହିଲେ, ବିଶ୍ୱବିଦ୍ୟାଳୟ ପକ୍ଷରୁ କୃଷକ ମେଳାର ଆୟୋଜନ ଓଡ଼ିଶାର ଚାଷୀଙ୍କୁ ନିଶ୍ଚିତ ରୂପେ ଉତ୍ସାହିତ କରିବ। ଏଣିକି ପ୍ରତିବର୍ଷ ଦୁଇଥର କୃଷକ ମେଳାର ଆୟୋଜନ କରାଯିବାକୁ ଯୋଜନା ହେଉଛି। ଏହି ଅବସରରେ ଓଡ଼ିଶା ତଥା ପଶ୍ଚିମବଙ୍ଗରୁ ଆସିଥିବା ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମ୍ପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଅଧ୍ୟକ୍ଷ ପ୍ରଫେସର ଲଳିତ ମୋହନ ଗଡ଼ନାୟକ ସ୍ବାଗତ ଭାଷଣ ଓ କୃଷି ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର କୁମ୍ଭକର୍ଣ୍ଣ ରାଉତ ଧନ୍ୟବାଦ ଦେଇଥିଲେ। ପରେ କୃଷି-ବୈଜ୍ଞାନିକ ଆଲୋଚନାଚକ୍ର ଓ ଫସଲ କିସମ ସୁରକ୍ଷା ଏବଂ କୃଷକଙ୍କ ଅଧିକାର ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିସହିତ ଅଭିନବ କୃଷିକୌଶଳ ଏବଂ ବିଭିନ୍ନ ଫସଲର ଦେଶୀୟ କିସମ ଉପରେ ଏକ କୃଷି ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। କୃଷକ ମେଳାରେ ଓଡ଼ିଶା ଓ ପଶ୍ଚିମବଙ୍ଗରୁ ଶତାଧିକ କୃଷକ, ବୈଜ୍ଞାନିକ ଓ ବିଶେଷଜ୍ଞମାନେ ଯୋଗଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri