‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’

ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ ବିକାଶ ପ୍ରକ୍ରିୟା ମଧ୍ୟ ବାଧାପ୍ରାପ୍ତ ହୁଏ। ଏହି କଥାକୁ କଂଗ୍ରେସ ସର୍ବଦା ଗୁରୁତ୍ୱ ଦେଇ ଆସିଛି ଏବଂ ସେଥିପାଇଁ ସମ୍ବିଧାନର ୭୩ ଓ ୭୪ତମ ସଂଶୋଧନ ଆଇନ୍‌ କଂଗ୍ରେସ ସରକାର ଆଣିଥିଲା। ସେହି ପଞ୍ଚାୟତ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସୋମବାର କଂଗ୍ରେସ ଭବନଠାରେ ଏକ ରାଜ୍ୟସ୍ତରୀୟ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିଧି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ଅନୁଷ୍ଠାନ ସଂସ୍ଥାର ରାଷ୍ଟ୍ରୀୟ ଅଧ୍ୟକ୍ଷା ସୁଶ୍ରୀ ମିନାକ୍ଷୀ ନଟରାଜନ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଛନ୍ତି ଯେ, ଓଡ଼ିଶାରେ ଏହି ପଞ୍ଚାୟତ ବ୍ୟବସ୍ଥାର ଗୁରୁତ୍ୱକୁ ଗୌଣ କରି ଦେଇଥିବା ଅତ୍ୟନ୍ତ କ୍ଷୋଭର ବିଷୟ। ଏହି ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଦଳ ପକ୍ଷରୁ ଯୋଜନାବଦ୍ଧ ଭାବରେ କାର୍ଯ୍ୟ କରାଯିବ ବୋଲି ମିନାକ୍ଷୀ କହିଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରାରମ୍ଭିକ ସୂଚନା ଦେଇ ପଞ୍ଚାୟତ ବ୍ୟବସ୍ଥାର ସଂସ୍କାର ପାଇଁ ଆହ୍ବାନ ଦେଇଛନ୍ତି। ପିସିସି ମୁଖପାତ୍ର ସୁଦର୍ଶନ ଦାସ ପଞ୍ଚାୟତ ପ୍ରତିନିଧିମାନଙ୍କ ଜିଲା/ସଂସଦୀୟ କ୍ଷେତ୍ରସ୍ତରୀୟ କର୍ମଶାଳା ଆୟୋଜନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ବିଭିନ୍ନ ଜିଲାରୁ ଆସିଥିବା ପ୍ରତିନିଧିମାନଙ୍କ ସହ ମିନାକ୍ଷୀ ନଟରାଜନ ପୃଥକ ପୃଥକ ଆଲୋଚନା କରି ଏହି ପ୍ରକ୍ରିୟାକୁ କେମିତି ଆଗକୁ ନେଇହେବ ସେ ବିଷୟରେ ବିସ୍ତୃତ ଆଲୋଚନା କରିଛନ୍ତି। ଚଳିତ ମାସରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର ଇତ୍ୟାଦି ସଂସଦୀୟ କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାର ନିଷ୍ପତ୍ତିି ହୋଇଛି ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri