ରାଜ୍ୟରେ ମରୁଡ଼ି ଆଶଙ୍କା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ଗତ ୨ ସପ୍ତାହ ହେବ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି। ଧାନବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହକ ମଧ୍ୟରେ ବର୍ଷା ନ ହେଲେ ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବ। ଚାଷ ଉପରେ ଏହାର ଗଭୀର ପ୍ରଭାବ ପଡ଼ିବ ବୋଲି କୃଷି ବିଶେଷଜ୍ଞମାନେ ଆକଳନ କଲେଣି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍‌ ପହିଲାରୁ ଏ ପର୍ଯ୍ୟନ୍ତ ୨୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ ପହିଲାରୁ ଜୁଲାଇ ୧୭ ତାରିଖ ମଧ୍ୟରେ ସ୍ବାଭାବିକ ଭାବେ ୩୯୩.୩ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ମାତ୍ର ୨୯୦.୧ ମିଲିମିଟର। ୫ ଜିଲାରେ ୪୦ ପ୍ରତିଶତରୁ କମ୍‌ ବର୍ଷା ହୋଇଥିବା ବେଳେ ଅନ୍ୟ ଜିଲାଗୁଡିକରେ ମଧ୍ୟ ପରିସ୍ଥିତି ଅସମ୍ଭାଳ ହେଲାଣି। ବଲାଙ୍ଗୀର ଜିଲାରେ ୪୧ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୪୭, ଗଜପତିରେ ୬୦, କନ୍ଧମାଳ ୪୩ ଏବଂ ରାୟଗଡାରେ ୪୪ ପ୍ରତିଶତ କମ୍‌ ବର୍ଷା ହୋଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ...

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୪୨୦୮ ପଜିଟିଭ୍‌

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୨୦୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଥିବା...

ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍‌ଆଇସି ଛକରେ ଥିବା...

ବର୍ଷା ଅଭାବରୁ ଆଗେଇପାରୁନି ଚାଷ

ନାଉଗାଁ,୨୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକରେ ସାଧାରଣତଃ ବର୍ଷା ଉପରେ ନିର୍ଭର କରି ଚାଷୀ ଧାନ ଚାଷ କରିଥାନ୍ତି। ଚଳିତବର୍ଷ ଏ ପର୍ଯ୍ୟନ୍ତ ଆଶାନୁରୂପ ବର୍ଷା ହୋଇନାହିଁ। ତେଣୁ...

ବରିଷ୍ଠଙ୍କ ଅଭିଯୋଗ ଶୁଣି ସମସ୍ୟା ସମାଧାନ ନିର୍ଦ୍ଦେଶ ଦେଲେ ବିଧାୟକ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଜୟଦେବ ବିହାର ଓ ସାଲିଆସାହି ବରିଷ୍ଠ ନାଗରିକଙ୍କ ଅଭିଯୋଗକୁ ଆଧାରକରି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ବୁଧବାର ସ୍ଥାନୀୟ ଅଞ୍ଚଳ...

ଉଗ୍ର ରୂପ ନେଉଛି ମହାବାତ୍ୟା ଅମ୍ଫନ: ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଗତି କରୁଛି

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ଭାଇରସ୍‌ ସଂକ୍ରମଣ ଅନ୍ୟପଟେ ମହାବାତ୍ୟା ଅମ୍ଫନ ରାଜ୍ୟସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଏହାର ମୁକାବିଲା ପାଇଁ ସରକାର ସଜାଗ ଥିବା...

ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା...

ଅକ୍ଟୋବର ୧ରୁ ବିମାନବନ୍ଦର ରନ୍‌ୱେ କାର୍ପେଟିଂ କାମ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସନ୍ତା ଅକ୍ଟୋବର ୧ତାରିଖରୁ ରନ୍‌ୱେର କାର୍ପେଟିଂ କାମ ଆରମ୍ଭ ହେବ। ୪ମାସ ଧରି କାର୍ପେଟିଂ କାମ ଚାଲିବ। ପ୍ରତିଦିନ...

Advertisement


Archives

Model This Week