ରାଜ୍ୟରେ ସିଏସି, ଏନ୍‌ଆରସି ଲାଗୁ ହେବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତିନିଧି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପାର୍ଲାମେଣ୍ଟ ନିକଟରେ ନାଗରିକତ୍ୱ ସଂଶୋଧନ ବିଧେୟକ(ସିଏବି)-୨୦୧୯କୁ ଗୃହୀତ କରାଯାଇଛି। ଏହି ବିଧେୟକକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ସେହିପରି ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି) ସାରା ଦେଶରେ ଲାଗୁ ହେବା ନେଇ ମଧ୍ୟ କେତେକ କେନ୍ଦ୍ରୀୟ ନେତା ବକ୍ତବ୍ୟ ଦେଇଛନ୍ତି। ଏହା ଦ୍ୱାରା ଦେଶରେ ବାସ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟ(ବିଶେଷ ଭାବେ ମୁସ୍‌ଲିମ୍‌) ପ୍ରଭାବିତ ହେବେ ବୋଲି ଆଶଙ୍କା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ କେତେକ ସଂଖ୍ୟାଲଘୁ ପ୍ରତିନିଧି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁକ୍ରବାର ଭେଟି ସେମାନଙ୍କ ଆପତ୍ତି ଅଭିଯୋଗ ଜଣାଇଛନ୍ତି।
ଭଦ୍ରକ ଏବଂ ଏହାର ଆଖପାଖ ଅଞ୍ଚଳର ଏକ ପ୍ରତିନିଧି ମଣ୍ଡଳ ସ୍ଥାନୀୟ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ସହ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ଜଣାପଡିଛି। ଏହି ପ୍ରତିନିଧିମାନେ ମୁଖ୍ୟତଃ ଏନ୍‌ଆରସି ଲାଗୁ ନେଇ ଭୟଭୀତ ରହିଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଚଉଦ ମହଲା ମୁସଲିମ୍‌ ଜମାତ ମୁଖ୍ୟ ମହମ୍ମଦ ଅବଦୁଲ ବରୀ କହିଛନ୍ତି ଯେ, ପିଢି ପରେ ପିଢି ଆମ୍ଭେମାନେ ଓଡ଼ିଶାରେ ରହିଆସିଛୁ। ସିଏବି ଏବଂ ଏନ୍‌ଆରସିକୁ ନେଇ ଯାହା ବି କିଛି ଶଙ୍କା ରହିଛି, ସେ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛୁ। ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ସକରାତ୍ମକ ମତ ରଖିଛନ୍ତି। ରାଜ୍ୟରେ ବସବାସ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର କୌଣସି ଅସୁବିଧା ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି। ସେହିପରି ରାଜ୍ୟରେ ହିନ୍ଦୁ-ମୁସଲିମ୍‌ ସୌହାର୍ଦ୍ଦ୍ୟ ଯେପରି ପୂର୍ବପରି ଅକ୍ଷୁର୍ଣ୍ଣ ରହିବ, ସେ ନେଇ ସରକାର ସବୁ ସମୟରେ ସମ୍ବେଦନଶୀଳ ବୋଲି କୁହାଯାଇଛି। ସେହିପରି ଜମାତର ଅନ୍ୟ ଜଣ ସଦସ୍ୟ ଜାମିଲ୍‌ ଅହମ୍ମଦ ଖାନ କହିଛନ୍ତି ଯେ, ସିଏବି ପାର୍ଲାମେଣ୍ଟରେ ଗୃହୀତ ହେବା ସହ ଏନ୍‌ଆରସି କଥା ଉଠୁଛି। ଦୀର୍ଘଦିନ ଧରି ଅସୁବିଧାରେ ଚଳୁଥିବା କେତେକ ଲୋକ କେଉଁଠୁ ପ୍ରମାଣପତ୍ର ଆଣିବେ। ଏସବୁ କଥା ଉଠିଲେ ଶରଣାର୍ଥୀ ଶିବିର କାହାଣୀ ମନକୁ ଆସୁଛି। ତେଣୁ ସଂଖ୍ୟାଲଘୁ ସମ୍ପ୍ରଦାୟରେ ଭୟ ରହିଛି। ସେମାନେ ତାଙ୍କର ଅସୁବିଧା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଥିବା ଖାନ କହିଛନ୍ତି। ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କହିଛନ୍ତି ଯେ, ରାଜ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବ ଅକ୍ଷୁର୍ଣ୍ଣ ରଖିବା ପାଇଁ ସମସ୍ତେ ବଦ୍ଧପରିବକର। ସଂଖ୍ୟାଲଘୁ ସମ୍ପ୍ରଦାୟ ସେମାନଙ୍କ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି। ସେମାନଙ୍କୁ ଯେପରି କୌଣସି ଅସୁବିଧା ନ ହୁଏ, ତାହା ପ୍ରତି ସରକାର ଯତ୍ନଶୀଳ ବୋଲି ସଞ୍ଜୀବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri