ରାଜ୍ୟରେ ୬ ବୃହତ୍‌, ୨୦ ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ

ଭୁବନେଶ୍ୱର,୪ା୧୨ (ବ୍ୟୁରୋ):ରାଜ୍ୟରେ ଜଳସେଚନ ପାଇଁ ଆଉ ୬ଟି ବୃହତ୍‌ ଜଳଭଣ୍ଡାର ଓ ୨୦ଟି ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ। ଏ ନେଇ ସର୍ବେକ୍ଷଣ ଓ ଅନୁସନ୍ଧାନ ଚାଲିଛି। ଏହି ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ। ମନ୍ତ୍ରୀ କହିଛନ୍ତି ଯେ କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଖତିଗୁଡା ଗ୍ରାମର ମିଡିଲ୍‌ କୋଲାବ, ନୟାଗଡ ଜିଲାର ଦଶପଲ୍ଲା ବ୍ଲକ ଅନ୍ତର୍ଗତ ମଞ୍ଜରୀ ଗ୍ରାମ ନିକଟସ୍ଥ ବୃତ୍ତଙ୍ଗ, ମାଲକାନଗିରି ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ଗୋବିନ୍ଦପାଲି ଗ୍ରାମ ନିକଟସ୍ଥ ଗୋବିନ୍ଦପାଲି , ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ତେଲିଜୋର, ରାୟଗଡା ଜିଲା ଗୁଡାଣି ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମ ନିକଟରେ ଲୋୟର ବଂଶଧାରା, କଳାହାଣ୍ଡି ଜିଲାର ମ. ରାମପୁର ବ୍ଲକର ଝୁରାଖମନ ଗ୍ରାମ ଅନ୍ତର୍ଗତ ଉତ୍ତେଇ-ରାଉଳ ଇଣ୍ଟିଗ୍ରେଟେଡ ବୃହତ୍‌ ଜଳଭଣ୍ଡାର ନିର୍ମାଣ ହେବ। ସେହିପରି ଅନୁଗୋଳ ଜିଲାର କରଡସିଂଘା, ରାୟଗଡା ଜିଲାର ଭେଯା ଓ ତୋଭାପଦର, ଅନୁଗୋଳ ଜିଲାର କଟୁଳିଶିଙ୍ଗା ଓ କୋଳିପାଲ, ସମ୍ବଲପୁର ଜିଲାର ପେଣ୍ଠବାହାଲ, ଦେବଗଡ ଜିଲାର କାଉସିପାଲ, କେନ୍ଦୁଝର ଜିଲାର ଏସ.ଏନ.ପୁର ଗଡ଼, ବୌଦ୍ଧ ଜିଲାର କୀର୍ତ୍ତଙ୍ଗପଡା, କନ୍ଧମାଳର ବନ୍ଧଖମନ, ନବରଙ୍ଗପୁର ଜିଲାର କର୍ଲାପୁର, ବରଗଡ ଜିଲାର ସରଣ୍ଡାପାଲି ଓ ଦୁଆନପାଲି, ବଲାଙ୍ଗୀର ଜିଲାର ଚିକିଲି ଓ ବାଞ୍ଚିପାଲି, ସୁନ୍ଦରଗଡ ଜିଲାର ବରଘାଟ, ସମ୍ବଲପୁର ଜିଲାର କାଦୋଗଡ, ସୁନ୍ଦରଗଡ ଜିଲାର ଯାମହିଡୀ, ଡାଳକୁଡାର ଏବଂ ଗାଇଲୋଠାରେ ମଧ୍ୟମ ଜଳଭଣ୍ଡାର ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri