ରାଜ୍ୟର ଅଧା ଜିଲା ମାଓବାଦୀ ପ୍ରଭାବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ଅଧା ଜିଲା ମାଓବାଦୀ କାର୍ଯ୍ୟକଳାପ ଦ୍ୱାରା ପ୍ରଭାବିତ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଶ୍ରେଣୀ ବିଭାଗ ଅନୁଯାୟୀ କୋରାପୁଟ ଏବଂ ମାଲକାନଗିରି ଅତ୍ୟନ୍ତ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଜିଲା। ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ବିଧାନସଭାରେ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହି ଉତ୍ତର ରଖିଛନ୍ତି। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଅଣତାରକା ପ୍ରଶ୍ନ ନଂ-୨୫୫ର ଉତ୍ତର ଦେଇ ସୋମବାର ରାଷ୍ଟ୍ରମନ୍ତ୍ରୀ ମିଶ୍ର ଏହି କଥା କହିଛନ୍ତି। ଗତ ୬ ବର୍ଷ ଅର୍ଥାତ ୨୦୧୪ରୁ ୨୦୧୯ ମଧ୍ୟରେ ମାଓବାଦୀମାନେ ମୋଟ ୧୦୫ ସାଧାରଣ ବ୍ୟକ୍ତିକୁ ହତ୍ୟା କରିଛନ୍ତି। ଅନ୍ୟପକ୍ଷେ ସୁରକ୍ଷା ବାହିନୀ ସହିତ ଗୁଳି ବିନିମୟ ଏବଂ ଅନ୍ୟାନ୍ୟ ଘଟଣାରେ ୮୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ମନ୍ତ୍ରୀଙ୍କ ଉତ୍ତରରେ ଉଲ୍ଲେଖ କରାଯାଇଛି।
ରାଜ୍ୟରେ ଡକାୟତି, ଲୁଣ୍ଠନ ଏବଂ ବଳାତ୍କାର ପରି ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ଜଣାପଡିଛି। ରାଜ୍ୟ ସରକାର ବିଧାନସଭାରେ ରଖିଥିବା ତଥ୍ୟରୁ ଏହା ସ୍ପଷ୍ଟ ହୋଇଛି। ୨୦୧୮ରେ ୫୫୮ଟି ଡକାୟତି ମାମଲା ହୋଇଛି। ଏହା ପୂର୍ବ ବର୍ଷ ଅର୍ଥାତ ୨୦୧୭ରେ ଡକାୟତି ସଂଖ୍ୟା ୫୩୪ ରହିଥିଲା। ସେହିପରି ଗତବର୍ଷ ୨୧୨୫ଟି ଲୁଣ୍ଠନ ମାମଲା ହୋଇଥିବା ଜଣାପଡିଛି। ୨୦୧୭ରେ ୨୦୪୮ଟି ଲୁଣ୍ଠନ ମାମଲା ସଙ୍ଗଠିତ ହୋଇଥିଲା। ରାଜ୍ୟରେ ମହିଳାଙ୍କ ପ୍ରତି ନିର୍ଯାତନା ମଧ୍ୟ ବୃଦ୍ଧି ପାଇଛି। ୨୦୧୮ରେ ରାଜ୍ୟରେ ୨୫୦୨ ବଳାତ୍କାର ମାମଲା ହୋଇଥିବା ସ୍ବରାଷ୍ଟ୍ର ବିଭାଗ ସ୍ବୀକାର କରିଛି। ଏହା ପୂର୍ବ ବର୍ଷ ରାଜ୍ୟରେ ୨୨୨୧ଟି ବଳାତ୍କାର ମାମଲା ହୋଇଥିବା ଗୃହରେ ତଥ୍ୟ ରଖାଯାଇଛି। କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟଙ୍କ ଅଣତାରକା ପ୍ରଶ୍ନ ସଂଖ୍ୟା-୨୫୯ର ଉତ୍ତର ଦେଇ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri