ରାଜ୍ୟର ଅଭିବୃଦ୍ଧି ଖସିଲା: କୃଷି ଉତ୍ପାଦନ ହ୍ରାସ, ବାତ୍ୟାକୁ ଦାୟୀ କଲେ ସରକାର

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ତଳକୁ ଖସିଛି। ୨୦୧୮-୧୯ରେ ଏହି ଅଭିବୃଦ୍ଧି ହାର ୭.୯୦ ପ୍ରତିଶତ ଥିବାବେଳେ ୨୦୧୯-୨୦ରେ ଏହା ୬.୧୬ ପ୍ରତିଶତକୁ ଖସିଯାଇଛି। ସୋମବାର ବିଧାନସଭାରେ ଉପସ୍ଥାପନ ହୋଇଥିବା ୨୦୧୯-୨୦ ଅର୍ଥନୈତିକ ସର୍ଭେ ରିପୋର୍ଟରେ ସରକାର ଏହି କଥା ଦର୍ଶାଇଛନ୍ତି। କୃଷି ଉତ୍ପାଦ କମିବା ସାଙ୍ଗକୁ ବାତ୍ୟା ଏବଂ ଖଣି କାର୍ଯ୍ୟ ବନ୍ଦ ରହିବା ଯୋଗୁ ଅଭିବୃଦ୍ଧି ହାର ଖସିଥିବା ରିପୋର୍ଟରେ କୁହାଯାଇଛି। ରାଜ୍ୟର ସାମଗ୍ରିକ ଘରୋଇ ଉତ୍ପାଦ(ଭିଏସ୍‌ଡିପି) କମିଥିଲେ ମଧ୍ୟ ଜାତୀୟ ଅଭିବୃଦ୍ଧିଠାରୁ ଅଧିକ ରହିଛି। ରାଜ୍ୟର ମୁଣ୍ଡ ପିଛା ଆୟ ଏକ ଲକ୍ଷ ଏକ ହଜାର ୫ ଶହ ୮୭ ଟଙ୍କାକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ୨୦୧୮-୧୯ରେ ମୁଣ୍ଡ ପିଛା ଆୟ ୯୫ ହଜାର ୧୬୪ ଥିଲା। ଶିଳ୍ପକ୍ଷେତ୍ରରେ ଦ୍ରୁତ ପରିବର୍ତ୍ତନ ହୋଇଛି। ପନିପରିବା, ଫଳମୂଳ, ତୈଳବୀଜ ଏବଂ ଡାଲିଜାତୀୟ ଶସ୍ୟ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶା ଧୀରେ ଧୀରେ ଆଗକୁ ବଢୁଛି। ୨୦୧୪-୧୫ରେ ଏହିସବୁ ଶସ୍ୟ ଉତ୍ପାଦନ ୪୨.୩୭% ଥିବାବେଳେ ୨୦୧୮-୧୯ରେ ୪୩.୭୯ ପ୍ରତିଶତକୁ ବୃଦ୍ଧି ପାଇଛି। ମାତ୍ର ଗୋପାଳନ, କୁକୁଡା ଚାଷ କ୍ଷେତ୍ରରେ ରାଜ୍ୟ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛି। କ୍ଷୀର, ଅଣ୍ଡା, ମାଂସ ଉତ୍ପାଦନ ବଢିଛି। ମାଛ ଉତ୍ପାଦନ ୨୦୧୭-୧୮ରେ ୬.୮୫ ଲକ୍ଷ ମେଟ୍ରିକ୍‌ ଟନ୍‌ ଥିବାବେଳେ ୨୦୧୮-୧୯ରେ ୭.୫୯ ଲକ୍ଷ ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି। ରାଜ୍ୟ ସରକାର ଯୋଗ୍ୟ ହିତାଧିକାରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର ଯୋଜନା, ଖଣି ଅଞ୍ଚଳ ପକ୍କାଘର ଯୋଜନା ଏବଂ ନିର୍ମାଣ ଶ୍ରମିକ ପକ୍କାଘର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୨୦୧୪-୧୫ରୁ ୨୦୧୮-୧୯ ମଧ୍ୟରେ ରାଜ୍ୟରେ ୨୧.୭୬ ଲକ୍ଷ ପକ୍କାଘର ତିଆରି ହୋଇଛି। ସମସ୍ତଙ୍କୁ ବିଜୁଳି ସ୍କିମ୍‌ରେ ବିଦ୍ୟୁତ୍‌ ଯୋଗାଇ ଦିଆଯାଉଛି। ୯୯.୬୪ ପ୍ରତିଶତ ରାଜସ୍ବ ଗ୍ରାମକୁ ୨୦୧୯ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ବିଦ୍ୟୁତ୍‌କରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri