ରାଜ୍ୟର ୨,୦୬୩ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦସଙ୍କୁଳ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୭୨ହଜାର ୫୮୭ଟି ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି। ଏଥିମଧ୍ୟରେ ୪୦ହଜାର ୭୮୮ କେନ୍ଦ୍ର ନିଜସ୍ବ ଘରେ ଓ ୪ ହଜାର ୭୦୨ଟି ଭଡ଼ା ଘରେ ଚାଲୁଛି। ବର୍ତ୍ତମାନ ୧୦ହଜାର ୫୦୭ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିର୍ମାଣ ଚାଲିଛି। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ରାଜ୍ୟରେ ବର୍ତ୍ତମାନ ୨ହଜାର ୦୬୩ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର ଭାଙ୍ଗିରୁଜି ଯାଇଛି। ସେଥିମଧ୍ୟରୁ ୮୦୬ କେନ୍ଦ୍ର ଚଳିତ ଆର୍ଥିକ ବର୍ଷରେ ନିର୍ମାଣ ହେବ ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି। ଶନିବାର ବିଧାନସଭାରେ ବିଧାୟକ ଭୂପିନ୍ଦର ସିଂହଙ୍କ ଏକ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେପଟେ ମନ୍ତ୍ରୀଙ୍କ ଏଭଳି ତଥ୍ୟ ସାମ୍ନାକୁ ଆସିବା ପରେ ଓଡ଼ିଶା ଅଭିଭାବକ ମହାସଂଘ ତୀବ୍ର ନିନ୍ଦା କରିଛି। ଶିଶୁଙ୍କ ମୁଣ୍ଡ ଉପରେ ବିପଦ ରହିଛି। ଦେଶର ଭବିଷ୍ୟତ ବିପଦପୂର୍ଣ୍ଣ ଘରେ ଶିକ୍ଷା ନେଉଛନ୍ତି ବୋଲି ସଂଘ କହିଛି। ତେଣୁ ତୁରନ୍ତ ବିପଦପୂର୍ଣ୍ଣ ଥିବା ସେହି ୨,୦୬୩ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ବନ୍ଦ କରାଯାଉ। ଯଦି ସମ୍ଭବ ହେଉଛି ତାହାକୁ ଅନ୍ୟ ଘରକୁ ସ୍ଥାନାନ୍ତର କରାଯାଉ ବୋଲି ସଂଘ ଦାବି କରିଛି। ସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ଏହା ଏକ ଦୁଃଖଦ ଘଟଣା। ଛୋଟ ପିଲା ଏପରି ବିପଦସଙ୍କୁଳ ଘରେ ପାଠ ପଢ଼ିବା ବିପଦଜନକ। ସରକାର ଏଭଳି ତଥ୍ୟ ପ୍ରକାଶ କରିବା ପୂର୍ବରୁ ସେସବୁ କେନ୍ଦ୍ରକୁ ବନ୍ଦ କରିଦେବା ଉଚିତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri