ରାଜ୍ୟର ୨୩ ଜିଲାକୁ ଡେଇଁଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୩ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। ରବିବାର ସମ୍ବଲପୁର ଜିଲାକୁ କରୋନା ଛୁଇଁଥିବା ବେଳେ ସୋମବାର ଏଥିରେ ଯୋଡ଼ି ହୋଇଛି କନ୍ଧମାଳ। ଗତକାଲି ସମ୍ବଲପୁରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ପ୍ରଥମଥର ପାଇଁ କନ୍ଧମାଳରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ତେବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଗଞ୍ଜାମ ସର୍ବାଗ୍ରେ ରହିଛି। ଏହି ଜିଲାରେ ମୋଟ୍‌ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଛି। ୨୫୬ ଚିକିତ୍ସାଧୀନ ଅଛନ୍ତି। ୪୯ ସୁସ୍ଥ। ସେହପରି ଯାଜପୁର କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ୨ୟ ସ୍ଥାନରେ ରହିଛି। ଏହି ଜିଲାରେ ୧୩୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୮୨ ଜଣ ଚିକିତ୍ସାଧୀନ ଅଛନ୍ତି। ୫୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ବର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ତୃତୀୟ ସ୍ଥାନରେ ରହିଛି। ଏଠାରେ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫ ଚିକିତ୍ସିତ ହେଉଛନ୍ତି। ୨୪ ସୁସ୍ଥ ହୋଇଛନ୍ତି । ଭଦ୍ରକରେ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩ ଚିକିତ୍ସିତ ହେଉଛନ୍ତି। ୨୧ ସୁସ୍ଥ। ସେହିପରି ଖୋର୍ଦ୍ଧାରେ ୬୦ ପଜିଟିଭ୍‌ ମଧ୍ୟରୁ ୧୩ ଚିକିତ୍ସାଧୀନ, ୪୫ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ାରେ ୩୦ ଚିହ୍ନଟ, ୨ ସୁସ୍ଥ, ୨୫ ଚିକିତ୍ସାଧୀନ। ସେହିପରି ଜଗତସିଂହପୁରରେ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ସୁନ୍ଦରଗଡ଼ରେ ୨୭ ଆକ୍ରାନ୍ତ ଚିହ୍ନଟ, ୧୨ ସୁସ୍ଥ, ୨୫ ଚିକିତ୍ସିତ। ପୁରୀରେ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଜଣେ ସୁସ୍ଥ ହୋଇଛନ୍ତି। କଟକରେ ୨୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨ ସୁସ୍ଥ, ୨୧ ଚିକିତ୍ସାଧୀନ ଅଛନ୍ତି। ଅନୁଗୋଳରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ ଚିକିତ୍ସିତ ହେଉଛନ୍ତି। କେନ୍ଦୁଝରରେ ୮ କରୋନା ଚିହ୍ନଟ, ୬ ଚିକିତ୍ସିତ, ୨ ସୁସ୍ଥ। ବଲାଙ୍ଗୀରରେ ୬ ଆକ୍ରାନ୍ତ ଚିହ୍ନଟ। ବୌଦ୍ଧରେ ୫ ଆକ୍ରାନ୍ତ ଚିହ୍ନଟ। ଦେବଗଡ଼ରେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ସୁସ୍ଥ। ମୟୂରଭଞ୍ଜରେ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ସମସ୍ତେ ଚିକିତ୍ସାଧୀନ। ନୟାଗଡ଼ରେ ୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗଡ଼ାରେ ୨। ଉଭୟ ସୁସ୍ଥ ହୋଇସାରିଛନ୍ତି। କଳାହାଣ୍ଡିରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଦୁଇଜଣ ଯାକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସମ୍ବଲପୁରରେ ରବିବାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳରେ ସୋମବାର ପ୍ରଥମଥର ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳରେ ଜଣେ ଏବଂ କୋରାପୁଟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଉଭୟେ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri