ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍‌ମାସ୍‌) ତଥା ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ଶନିବାର ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ ହୋଇଛି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ (ଏସ୍‌.ଆଇ.ଆର୍‌.ଡି) ପରିସରରେ ଅନୁଷ୍ଠିତ ଏହି ମେଳା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ଓଡ଼ିଶାର ଅନୁଗୋଳ, ରାୟଗଡ଼ା, ମୟୂରଭଞ୍ଜ, ସମ୍ବଲପୁର, ବଲାଙ୍ଗୀର, କୋରାପୁଟ, ଢେଙ୍କାନାଳ ଓ ଗଜପତି ଆଦି ଜିଲାରୁ ଆମ୍ରପଲି, ଦଶେରୀ, ମଲ୍ଲିକା, ଲେଙ୍ଗେଡ଼ା, ବାଇଗଣ ପାଲି, ହିମସାଗର, ତୋଟା ପୁରୀ, ସୁନ୍ଦରୀ, ନିଲମ, ବମ୍ବେ ଗ୍ରୀନ ଆଦି ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ମେଳାରେ ପ୍ରଦର୍ଶନ ଓ ବିକ୍ରି ପାଇଁ ଉପଲବ୍ଧ ରହିଛି। ମୋଟ ୧୬ଟି ଷ୍ଟଲ୍‌ ଖୋଲାଯାଇଛି। ଚାଷୀଙ୍କଠାରୁ ସିଧାସଳଖ ଉପଭୋକ୍ତାଙ୍କୁ ତଥା ଉତ୍ପାଦକଙ୍କଠାରୁ ସିଧାସଳଖ ଉପଭୋକ୍ତାଙ୍କୁ ଉତ୍କୃଷ୍ଟ ଆମ୍ବ ଯୋଗାଇବା ସହ ଚାଷୀଙ୍କ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଏହି ମେଳାର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri