ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା: ଶୁଭମ୍‌, ଆଦିତ୍ୟ ଚାମ୍ପିୟନ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଏକ ଘରୋଇ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମବର୍ଷ ବିଜ୍ଞାନ ଛାତ୍ର ଶୁଭମ୍‌ ଏସ୍‌ ଦାସ ଓ ଯୁକ୍ତ ୨ ପ୍ରଥମବର୍ଷ କଳା ଛାତ୍ର ଆଦିତ୍ୟ ପ୍ରହରାଜ ପ୍ରଥମ ସ୍ଥାନ ହାସଲ କରି ଚାମ୍ପିୟନ ହୋଇଛନ୍ତି। ସେମାନଙ୍କୁ ସ୍କୁଲ କର୍ତ୍ତୃପକ୍ଷ ଚାମ୍ପିୟନ ଟ୍ରଫି, ମାନପତ୍ର ଓ ୬ହଜାର ଟଙ୍କା ଦେଇ ପୁରସ୍କୃତ କରିଛନ୍ତି। ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟରୁ ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।

ମହାବିଦ୍ୟାଳୟ ଅଧ୍ୟକ୍ଷ ପର୍ଶୁରାମ ଜେନା ଉକ୍ତ ଦୁଇ ଛାତ୍ରଙ୍କୁ ସୋମବାର ସମ୍ବର୍ଦ୍ଧିତ କରିଛନ୍ତି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅଧ୍ୟାପକ ଡ. ସନ୍ତୋଷ କୁମାର ରାଉତ, ଡ. ଭାଗବତ ଭୂୟାଁ, ଶୁଭକାନ୍ତ ସେଠୀ, ଅଧ୍ୟାପିକା ଡ. ମିନତୀ ମହାନ୍ତି, ସଲମା ସୋରେନ୍‌, ମନସ୍ବିନୀ ବେହେରା, ଅଞ୍ଜନା ବେହେରା, ସୁଶ୍ରୀ ସରିତା ପରିଡ଼ା ପ୍ରମୁଖଙ୍କ ସହିତ କର୍ମଚାରୀ ଓ ଛାତ୍ରୀଛାତ୍ରମାନେ ଯୋଗଦେଇ ଉକ୍ତ ଦୁଇ ଛାତ୍ରଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କର ମଙ୍ଗଳ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri